କୋଭିଡ୍‌ କେନ୍ଦ୍ରରେ ଶିକ୍ଷକଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୭।୫(ବ୍ୟୁରୋ)- କୋଭିଡ୍‌ କେନ୍ଦ୍ରଗୁଡ଼ିକରେ କର୍ତ୍ତବ୍ୟରତ ଶିକ୍ଷକମାନଙ୍କୁ ଦୁର୍ବ୍ୟବହାର ଆଦୌ ବରଦାସ୍ତ କରାଯିବ ନାହିଁ। ଏପରି ଅସାମାଜିକ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ନେତୃତ୍ୱରେ ମହାମାରୀ କରୋନା ବିରୋଧରେ ସଂଗ୍ରାମ ଜାରି ରହିଛି। ଏହି ଲଢ଼େଇରେ ପ୍ରାୟ ୬୨ହଜାର ୪୩୬ ଜଣ ଶିକ୍ଷକ ସମ୍ପୂର୍ଣ୍ଣ ଭାବେ ନିଜକୁ ଉତ୍ସର୍ଗୀକୃତ କରିଛନ୍ତି। ତେବେ ରାଜ୍ୟର କେତେକ କୋଭିଡ୍‌ କେନ୍ଦ୍ରରେ ଅସାମାଜିକ ବ୍ୟକ୍ତିମାନେ ଦାୟିତ୍ୱ ନିର୍ବାହ କରୁଥିବା ଶିକ୍ଷକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହୋଇଛି। ଗତ ୨୨ ତାରିଖରେ ଗଞ୍ଜାମ ଜିଲାର ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ କ୍ଷେତମୁଣ୍ଡାଳି ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗନ୍ନାଥ ନାୟକଙ୍କୁ ଦୁର୍ବ୍ୟବହାର ଓ ୨୪ ତାରିଖରେ ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଅନ୍ତର୍ଗତ ତୋଟାପଡ଼ା ଉଚ୍ଚବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଲକ୍ଷ୍ମୀଧର ପରିଡ଼ାଙ୍କୁ ଶାରୀରିକ ନିର୍ଯାତନା ଦିଆଯିବା କଥା ପ୍ରଶାସନର ଦୃଷ୍ଟିଗୋଚର ହୋଇଛି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସହ ଆଲୋଚନା ମଧ୍ୟ ହୋଇଛି। ଶିକ୍ଷକଙ୍କ ଉତ୍ସର୍ଗୀକୃତ ସେବା ମନୋଭାବକୁ ସରକାର ଭୂୟସୀ ପ୍ରଶଂସା କରିବା ସହ ସେମାନଙ୍କୁ କାର୍ଯ୍ୟରେ ବିଚଳିତ ନ ହେବା ପାଇଁ ପରାମର୍ଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri