କୋଭିଡ୍‌ କେନ୍ଦ୍ରରେ ଶିକ୍ଷକଙ୍କୁ ଦୁର୍ବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୭।୫(ବ୍ୟୁରୋ)- କୋଭିଡ୍‌ କେନ୍ଦ୍ରଗୁଡ଼ିକରେ କର୍ତ୍ତବ୍ୟରତ ଶିକ୍ଷକମାନଙ୍କୁ ଦୁର୍ବ୍ୟବହାର ଆଦୌ ବରଦାସ୍ତ କରାଯିବ ନାହିଁ। ଏପରି ଅସାମାଜିକ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ନେତୃତ୍ୱରେ ମହାମାରୀ କରୋନା ବିରୋଧରେ ସଂଗ୍ରାମ ଜାରି ରହିଛି। ଏହି ଲଢ଼େଇରେ ପ୍ରାୟ ୬୨ହଜାର ୪୩୬ ଜଣ ଶିକ୍ଷକ ସମ୍ପୂର୍ଣ୍ଣ ଭାବେ ନିଜକୁ ଉତ୍ସର୍ଗୀକୃତ କରିଛନ୍ତି। ତେବେ ରାଜ୍ୟର କେତେକ କୋଭିଡ୍‌ କେନ୍ଦ୍ରରେ ଅସାମାଜିକ ବ୍ୟକ୍ତିମାନେ ଦାୟିତ୍ୱ ନିର୍ବାହ କରୁଥିବା ଶିକ୍ଷକଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହୋଇଛି। ଗତ ୨୨ ତାରିଖରେ ଗଞ୍ଜାମ ଜିଲାର ଜଗନ୍ନାଥ ପ୍ରସାଦ ବ୍ଲକ ଅନ୍ତର୍ଗତ କ୍ଷେତମୁଣ୍ଡାଳି ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗନ୍ନାଥ ନାୟକଙ୍କୁ ଦୁର୍ବ୍ୟବହାର ଓ ୨୪ ତାରିଖରେ ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଅନ୍ତର୍ଗତ ତୋଟାପଡ଼ା ଉଚ୍ଚବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ଲକ୍ଷ୍ମୀଧର ପରିଡ଼ାଙ୍କୁ ଶାରୀରିକ ନିର୍ଯାତନା ଦିଆଯିବା କଥା ପ୍ରଶାସନର ଦୃଷ୍ଟିଗୋଚର ହୋଇଛି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସହ ଆଲୋଚନା ମଧ୍ୟ ହୋଇଛି। ଶିକ୍ଷକଙ୍କ ଉତ୍ସର୍ଗୀକୃତ ସେବା ମନୋଭାବକୁ ସରକାର ଭୂୟସୀ ପ୍ରଶଂସା କରିବା ସହ ସେମାନଙ୍କୁ କାର୍ଯ୍ୟରେ ବିଚଳିତ ନ ହେବା ପାଇଁ ପରାମର୍ଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri