କୋଭିଡ୍‌ ଫଣ୍ଡ୍‌କୁ ୩,୫୧,୧୧୧ ଟଙ୍କା ପ୍ରଦାନ: ଚେକ୍‌ ଗ୍ରହଣ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼,୧୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ସମ୍ମୁଖରେ ସୋମବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ପହଞ୍ଚି ୩ଲକ୍ଷ ୫୧ ହଜାର ୧ ଶହ ୧୧ ଟଙ୍କାର ଏକ ଚେକ୍‌ ଗ୍ରହଣ କରିଛନ୍ତି। ଉକ୍ତ ଚେକ୍‌ ଶେରଗଡ଼ ବ୍ଲକର ସମସ୍ତ ସରପଞ୍ଚ, ସମିତିସଭ୍ୟ, ଜିଲାପରିଷଦ ସଭ୍ୟ ଓ ଶେରଗଡ଼ ବ୍ଲକର ବଦାନ୍ୟ ବ୍ୟକ୍ତି ରାଜ୍ୟ କୋଭିଡ୍‌ ଫଣ୍ଡକୁ ଉକ୍ତ ରାଶି ପ୍ରଦାନ କରିଛନ୍ତି। ଏହି ସମୟରେ ଜିଲାପାଳ ବ୍ଲକର ମନରେଗା କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ବିଡିଓ ସୁରଞ୍ଜନ କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ଜିଲାପାଳ ସ୍ଥାନୀୟ ରାମଚଣ୍ଡୀ ମନ୍ଦିର ରାସ୍ତାରେ ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ାଙ୍କୁ ଭେଟି ମନ୍ଦିରର ସ୍ଥିତି ସମ୍ପର୍କରେ ପଚାରି ବୁଝିଥଲେ। ବ୍ଲକ ଅଧ୍ୟକ୍ଷା ସାରସ ସ୍ବାଇଁ, ବ୍ଲକ ଉପାଧ୍ୟକ୍ଷ ବିଶ୍ୱନାଥ ସ୍ବାଇଁ, ଜିଲାପରିଷଦ ସଭ୍ୟ ପ୍ରମୋଦ କୁମାର ପାତ୍ର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବାବୁଲା କୁମାର ଚୌଧୁରୀ, ବ୍ଲକ ବିଜେଡି ସଭାପତି ଶରତ ଚନ୍ଦ୍ର ପାତ୍ର, ଯୁବ ବିଜେଡି ସଭାପତି ସନ୍ତୋଷ କୁମାର ପଟ୍ଟନାୟକ, ହୃଷୀକେଶ ପାଢ଼ୀ,ଦୁର୍ଗାମାଧବ ବିଷୋୟୀ ପ୍ରମୁଖ ଏହି ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri