କୋଭିଡ୍‌ ହସ୍ପିଟାଲ୍‌ କର୍ମଚାରୀ ଆନ୍ଦୋଳନରେ ବସିଲେ

କେନ୍ଦୁଝର,୨୬ା୫(ଡି.ଏନ୍‌.ଏ.)-ଛଟେଇ ପ୍ରତିବାଦରେ କେନ୍ଦୁଝର ସହର ଉପକଣ୍ଠ ରାଙ୍କିସ୍ଥିତ ସ୍ବତନ୍ତ୍ର କୋଭିଡ଼ ହସ୍ପିିଟାଲ୍‌ର କର୍ମଚାରୀମାନେ ସୋମବାର ଆନ୍ଦୋଳନରେ ବସିଥିଲେ। କୋଭିଡ ହସ୍‌ପିଟାଲ ପାଇଁ ସମସ୍ତ ଖର୍ଚ୍ଚ ଜିଲା ଖଣିଜ ପାଣ୍ଠିରୁ ପ୍ରଦାନ କରାଯାଉଥିବାବେଳେ ଏହାର ପରିଚାଳନା ଦାୟିତ୍ୱ ଉକତ୍ଳ ହସ୍ପିଟାଲ ନାମକ ଏକ ଘରୋଇ ସଂସ୍ଥାକୁ ଦିଆଯାଇଛି। ଉକ୍ତ ସଂସ୍ଥା ୪୬ଜଣ ସ୍ଥାନୀୟ ଯୁବକ ଯୁବତୀଙ୍କୁ ହାଉସ୍‌ କିପିଂ, ସଫେଇ କର୍ମଚାରୀ ଭାବେ ନିଯୁକ୍ତି ଦେଇଥିଲା। ସଂସ୍ଥା ପକ୍ଷରୁ ସମ୍ପୃକ୍ତ ଯୁବତୀଯୁବକଙ୍କୁ କଥା ମୁତାବକ ଦରମା ଦିଆଯାଉ ନ ଥିବା କର୍ମଚାରୀମାନେ ଅଭିଯୋଗ କରିଛନ୍ତିି। ଏପରିକି ପୂର୍ବରୁ ସେମାନଙ୍କୁ ୮ଘଣ୍ଟା କାମ କରିବ କହି ସଂସ୍ଥା ନିଯୁକ୍ତି ଦେଇଥିଲେ ମଧ୍ୟ ୧୨ ଘଣ୍ଟା ଡ୍ୟୁଟି ଦିଆଯିବା ସହ ଦରମା କମ୍‌ ଦିଆଯାଉଥିବା ସେମାନେ ଅଭିଯୋଗ କରିଛନ୍ତିି। ଏହାର ପ୍ରତିବାଦ କରିବାରୁ କେତେକ କର୍ମଚାରୀଙ୍କୁ ସଂସ୍ଥା ପକ୍ଷରୁ ଛଟେଇ କରି ଦିଆଯିବା ସହ ତାଙ୍କର ପାଉଣା ମଧ୍ୟ ଦିଆଯାଇ ନ ଥିବା ଅଭିଯୋଗ ହୋଇଛି। ସୋମବାର ଏହାର ପ୍ରତିବାଦରେ କର୍ମଚାରୀମାନେ କୋଭିଡ୍‌ ହସ୍‌ପିଟାଲ ସମ୍ମୁଖରେ ଧାରଣା ଦେଇଥିଲେ। ଖବରପାଇ ସଂସ୍ଥାର ସିଇଓ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀମାନଙ୍କ ସହ ଆଲୋଚନା କରିଥିବା ସୂଚନା ମିଳିଛି। ଏସମ୍ପର୍କରେ କେନ୍ଦୁଝର ଉପଜିଲାପାଳ ରାମ ଚନ୍ଦ୍ର କିସ୍କୁଙ୍କୁ ପଚାରିବାରୁ ଉକ୍ତ ହସ୍ପିଟାଲର କର୍ମଚାରୀଙ୍କର ଦାବି ସମାଧାନ ହୋଇଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri