କୋଭିଡ୍‌ ହେଲ୍‌ଥ ସେଣ୍ଟରରେ ୫-ଟି ସଚିବ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ ଯାଇ ସ୍ଥିତି ପରଖୁଛନ୍ତି। ଏହି କ୍ରମରେ ବୁଧବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁରସ୍ଥିତ କୋଭିଡ୍‌ ହେଲଥ୍‌ ସେଣ୍ଟର ପରିଦର୍ଶନ କରି ଫେରିଛନ୍ତି। ପୂର୍ବାହ୍ନ ସାଢ଼େ ୯ଟାରେ ପହଞ୍ଚିବା ପରେ ଉଭୟଙ୍କୁ ସୁରକ୍ଷା ବଳୟ ଭିତରେ ଡାକ୍ତରଖାନା ଭିତରକୁ ନିଆଯାଇଥିଲା। ଉଭୟେ ହସ୍ପିଟାଲର ବିଭିନ୍ନ ୱାର୍ଡ ବୁଲି ଦେଖିବା ସହ ନିୟୋଜିତ କର୍ମଚାରୀଙ୍କୁ ସ୍ବାସ୍ଥ୍ୟସେବା ସମ୍ପର୍କରେ ପଚାରି ବୁଝିଥିଲେ। କରୋନା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ। ରାଜ୍ୟ ସରକାରଙ୍କ ୧୦ଟି ଆଇସିୟୁ ଶଯ୍ୟା ଓ ୫ଟି ଭେଣ୍ଟିଲେଟରକୁ ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ଜିଲାପାଳ ଓ ସିଡିଏମଓଙ୍କୁ ପରାମର୍ଶ ଦେଇଥିଲେ। କରୋନା ମୁକାବିଲା କ୍ଷେତ୍ରରେ ଜିଲା ପ୍ରଶାସନର ପଦକ୍ଷେପ ସମ୍ପର୍କରେ ଜିଲାପାଳଙ୍କୁ ପଚାରି ବୁଝିଥିଲେ। ଚାନ୍ଦପୁର କୋଭିଡ୍‌ ହେଲଥ୍‌ ସେଣ୍ଟରରେ ୧୩ଜଣ ଡାକ୍ତରଙ୍କ ସମେତ ୧୦୦ଜଣ ବୈଷୟିକ ଜ୍ଞାନକୌଶଳଧାରୀଙ୍କୁ ନିୟୋଜିତ କରାଯାଇଥିବା ଜିଲାପାଳ ଦର୍ଶାଇଥିଲେ। ସେହିଭଳି ଦୁଇଟି କୋଭିଡ୍‌ ୧୯ କେୟାର ହସ୍ପିଟାଲ ଚାଲୁଥିବା କହିଥିଲେ। ଗ୍ରୀନ ଜୋନରେ ଥିବା ନୟାଗଡ ଜିଲାରେ ସାମାଜିକ ଦୂରତା ରକ୍ଷାକୁ ଅଣଦେଖା କରା ନ ଯାଉ ବୋଲି ୫-ଟି ସଚିବ ପରାମର୍ଶ ଦେଇଥିଲେ। ଜିଲାପାଳ ପୋମା ଟୁଡୁ, ଏସ୍‌ପି ପ୍ରତ୍ୟୁଷ ଦିବାକର, ସିଡିଏମ୍‌ଓ ଶ୍ୱେତ ମହାପାତ୍ର, ଚାନ୍ଦପୁର କୋଭିଡ୍‌ ହେଲ୍‌ଥ ସେଣ୍ଟରର ଡାକ୍ତର ବି. ସୁର଼୍ୟା ରାଓ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri