Posted inରାଜ୍ୟ

କୋଭିଡ୍‌-୧୯କୁ ନେଇ ସ୍ବତନ୍ତ୍ର ଡାକ ଲଫାପା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): କୋଭିଡ଼-୧୯ ମହାମାରୀକୁ ନେଇ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ଡ଼ାକ ଲଫାଫା। ମଙ୍ଗଳବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହାକୁ ଉନ୍ମୋଚନ କରିଛନ୍ତି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବାରେ ମାସ୍କର ବ୍ୟବହାର ଅତ୍ୟନ୍ତ ଜରୁରୀ। ଏହି ସ୍ବତନ୍ତ୍ର ଡ଼ାକ ଲଫାଫା ମାଧ୍ୟମରେ ମାସ୍କର ବ୍ୟବହାରକୁ ଦୈନଦିନ ଜୀବନ ଶୈଳୀର ଏକ ଅଂଶବିଶେଷ କରିବାକୁ ବାର୍ତ୍ତା ଦିଆଯାଇଛି। ରଘୁରାଜପୁରର ପଟ୍ଟଚିତ୍ର ଶିଳ୍ପୀ ଅପିନ୍ଦ୍ର ସ୍ବାଇଁଙ୍କ ଚିତ୍ରକୁ ଆଧାର କରି ଲଫାଫାକୁ ପ୍ରସ୍ତୁତ କରାଯାଇଛି। ଏଥି ସହିତ ଓଡ଼ିଶାର ୧୦ଜଣ ମହାନ ତଥା ପ୍ରସିଦ୍ଧ ବ୍ୟକ୍ତିଙ୍କୁ ନେଇ ସ୍ବତନ୍ତ୍ର ୧୦ଟି ପିକ୍ଚର ପୋଷ୍ଟକାର୍ଡ଼କୁ ମଧ୍ୟ ରାଜ୍ୟପାଳ ଉନ୍ମୋଚନ କରିଛନ୍ତି। ଓଡ଼ିଶାର ସ୍ବାଧୀନତା ସଂଗ୍ରାମୀ ଓ ଆଧୁନିକ ଓଡ଼ିଶାର ନିର୍ମାତାମାନଙ୍କ ତ୍ୟାଗ ଓ ଅବଦାନକୁ ସମ୍ମାନ ପ୍ରଦର୍ଶନ ସ୍ବରୂପ ଏସବୁ ପିକ୍ଚର ପୋଷ୍ଟକାର୍ଡ଼ ପ୍ରସ୍ତୁତ ହୋଇଛି। ଏହି ମହାନ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଶହୀଦ ଲକ୍ଷ୍ମଣ ନାୟକ, ବୀର ସୁରେନ୍ଦ୍ର ସାଏ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସକବି ଫକୀର ମୋହନ ସେନାପତି, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ଭି.ଭି. ଗିରି, ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକ ରହିଛନ୍ତି। ଓଡ଼ିଶା ଡ଼ାକ ମଣ୍ଡଳର ଏହି ମହତ ପ୍ରୟାସକୁ ରାଜ୍ୟପାଳ ପ୍ରଶଂସା କରିବା ସହ ଭାରତୀୟ ଡାକର ସାମାଜିକ ଦାୟିତ୍ୱବୋଧ ଅନ୍ୟମାନଙ୍କ ପାଇଁ ଅନୁକରଣୀୟ ହେବ ବୋଲି ଆଶାପ୍ରକଟ କରିଛନ୍ତି। ଓଡ଼ିଶା ଡାକ ମଣ୍ଡଳର ମୁଖ୍ୟ ମହା ଡାକପାଳ ସୁବାସ ଚନ୍ଦ୍ର ବର୍ମା ଏହି ପ୍ରକଳ୍ପ ଓ ଅନ୍ୟାନ୍ୟ କାର୍ଯ୍ୟ ସମ୍ପର୍କରେ ସଂକ୍ଷିପ୍ତ ସୂଚନା ଦେଇଥିଲେ। ଉନ୍ମୋଚନ ଉତ୍ସବରେ ରାଜ୍ୟପାଳଙ୍କ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri