କୋଭିଡ୍‌-୧୯ରୁ ମୁକ୍ତି ମିଳିବାକୁ ବର୍ଷେ ଲାଗିବ

ବେଙ୍ଗାଲୁରୁ,୧ା୪ (ଆଇଏଏନ୍‌ଏସ୍‌): ମହାମାରୀ କରୋନାରୁ ମୁକ୍ତି ମିଳିବା ପାଇଁ ୬ ମାସରୁ ବର୍ଷେ ଲାଗିଯିବ ବୋଲି ୮୪% ଭାରତୀୟ ମନେକରନ୍ତି। ଏକ ନୂଆ ସର୍ବେକ୍ଷଣରୁ ଏହି ବିଷୟ ଜଣାପଡ଼ିଛି।
କୋଭିଡ୍‌-୧୯ ସମ୍ପର୍କରେ ସଚେତନ ଥିବା ୯୪% ଉତ୍ତରଦାତାଙ୍କ ମଧ୍ୟରୁ ୭୫% ଏହି ରୋଗକୁ ନେଇ ଅତ୍ୟନ୍ତ ଚିନ୍ତିତ। ସେହିପରି ୫୨% ଏହି ଭୂତାଣୁ ସଂକ୍ରମଣ ସମ୍ପର୍କରେ ସଚେତନ ବୋଲି ଗବେଷଣା ଓ ବିଶ୍ଳେଷଣ ସଂସ୍ଥା ଭେଲୋସିଟି ଏମ୍‌ଆର୍‌ ପକ୍ଷରୁ କରାଯାଇଥିବା ସର୍ଭେରୁ ଜଣାପଡ଼ିଛି। ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ, ହାଇଦ୍ରାବାଦ, ପୁଣେ, ଲକ୍ଷ୍ନୌ, ଅହମଦାବାଦ ଓ ଜୟପୁର ସମେତ ଅନ୍ୟ କେତେକ ସହରର ୨,୧୦୦ ଲୋକଙ୍କୁ ନେଇ ଏହି ସର୍ଭେ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୭୦% ଉତ୍ତରଦାତା ମନେକରନ୍ତି ଯେ, ବୟସ୍କ ଓ ପୂର୍ବରୁ ରୋଗଗ୍ରସ୍ତ ଲୋକ କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହେବା ଆଶଙ୍କା ଅଧିକ। ତେବେ ଉପଯୁକ୍ତ ସ୍ବଚ୍ଛତା ଓ ଆବଶ୍ୟକ ସତର୍କତାମୂଳକ ପଦକ୍ଷେପ ଜରିଆରେ ଏହାର ମୁକାବିଲା କରାଯାଇ ପାରିବ ବୋଲି ୬୩% ଲୋକଙ୍କ ବିଶ୍ୱାସ ରହିଛି। କରେନା ସଂକ୍ରମଣରୁ ମୁକ୍ତି ପାଇଁ ସତର୍କ ହୋଇ ୮୧% ଲୋକ ସେମାନଙ୍କ ହାତ ବାରମ୍ବାର ଧୋଉଛନ୍ତି। ପୂର୍ବରୁ ଏହା ୭୮% ଥିଲା ବୋଲି ଭେଲୋସିଟି ଏମ୍‌ଆର୍‌ ପରିଚାଳନା ନିର୍ଦ୍ଦେଶକ ତଥା ସିଇଓ ଜସାଲ ଶାହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

୯୮ କେନ୍ଦ୍ରରେ ହେବ ମାଟ୍ରିକ୍‌ ପରୀକ୍ଷା: ଏଥର ପରୀକ୍ଷା ଦେବେ ୧୭,୯୬୭ ଛାତ୍ରୀଛାତ୍ର

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୯ତାରିଖରୁ ହାଇସ୍କୁଲ ସାର୍ଟିଫିକେଟ୍‌(ମାଟ୍ରିକ) ପରୀକ୍ଷା ଆରମ୍ଭ ହେବ। ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ପ୍ରତ୍ୟେକ ଦିନ ଗୋଟିଏ ବିଷୟରେ ପରୀକ୍ଷା ହେବ।…

୫ ମିନିଟ୍‌ ବ୍ୟବଧାନ, ଗୋଟିଏ ଗାଡ଼ିରେ ୨ ମିଲକୁ ଯାଇଛି ଧାନ: ପଦାରେ ପଡ଼ିଲା ଧାନ କିଣାବିକା ଫଲ୍ସଏଣ୍ଟ୍ରି

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକା ସମସ୍ୟା ନୂଆ ନୁହେଁ। ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ଏହି ଜିଲାରେ ଏହା ସାଧାରଣରେ ପରିଣତ ହୋଇଛି। ମିଲର୍ସଙ୍କ ଇଚ୍ଛାରେ ଧାନକିଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri