କୋଭିଡ୍‌-୧୯ କାର୍ଯ୍ୟରେ ନିୟୋଜିତ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଜୀବନଗଲା 

ଆନନ୍ଦପୁର,୨୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଗଁପୁର ପଞ୍ଚାୟତ ବରାଙ୍ଗ ଅଙ୍ଗନଓ୍ବାଡ଼ି କେନ୍ଦ୍ର-୧ର କାର୍ଯ୍ୟରତ କର୍ମୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଶନିବାର ସକାଳେ ଅଙ୍ଗନଓ୍ବାଡି କର୍ମୀ ପୁଷ୍ପଲତା ଜେନା ତାଙ୍କ ପୁଅଙ୍କ ସହିତ ବାଇକ୍‌ ଯୋଗେ ନୂଆମାଳିଆ କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ଯାଉଥିବା ସମୟରେ ରାସ୍ତାରେ ଥିବା ଏକ ହମ୍ପ୍ସରେ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ଉଭୟ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡି କର୍ମୀ  ଏବଂ ତାଙ୍କ ପୁଅକୁ ପ୍ରଥମେ ସାଇଁକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି। ଅନ୍ୟପଟେ ପୁଅ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଜାଲ୍‌ ଲାଇସେନ୍ସରେ ବନ୍ଧୁକ ବେପାର, ୩ ଗିରଫ

ରାଉରକେଲା,୩୧।୧୨(ସଙ୍ଗୀତା ଜେନା): ରାଉରକେଲା ଜିଲା ପୋଲିସ ସୋମବାର ରାଉରକେଲାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆନ୍ତଃ ରାଜ୍ୟ ଅସ୍ତ୍ରଶସ୍ତ୍ର ଚୋରାଚାଲାଣ ଗ୍ୟାଙ୍ଗ୍‌ର ପର୍ଦ୍ଦାଫାଶ କରିଛି। ଜାଲ୍‌...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri