କୋଭିଡ୍‌-୧୯: ଗୋପୀଚାନ୍ଦ ଦେଲେ ୨୬ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୬।୪: ଭାରତୀୟ ଜାତୀୟ ବ୍ୟାଡମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦ ଏବେ କରୋନ ଭାଇରସ ଲଢ଼େଇରେ ସାମିଲ ହୋଇଛନ୍ତି। କ୍ରୀଡ଼ାଜଗତର ସଦ୍ୟତମ ବ୍ୟକ୍ତିତ୍ୱ ଭାବେ ସେ ଏଥିରେ ସାମିଲ ହୋଇଛନ୍ତି। ପୂର୍ବତନ ଅଲ ଇଂଲଣ୍ଡ ଚାମ୍ପିୟନ ଗୋପୀଚାନ୍ଦ ୨୬ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଲଢେଇ ପାଇଁ ଛୋଟିଆ ପରିମାଣର ଅର୍ଥ ଦାନ କରିଛି। ଅଜୁର୍ନ ପୁରସ୍କାର, ଦ୍ରୋଣାଚାର୍ଯ୍ୟ ପୁରସ୍କାର ଓ ପଦ୍ମ ଭୂଷଣ ସମ୍ମାନ ହାସଲ କରିଥିବା ଗୋପୀଚାନ୍ଦ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ୧୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ସେହିପରି ତେଲଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୧୦ ଲକ୍ଷ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଫଣ୍ଡକୁ ୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନ ଭାଇରସ ମୁକାବିଲାରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ବେଶ୍‌ ଦୃଷ୍ଟାନ୍ତମୂଳକ କାର୍ଯ୍ୟ କରୁଛନ୍ତି। ତେଣୁ ଏହି ସରକାରଗୁଡିକ ସହାୟତା ଦେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। କରୋନ ଭାଇରସ କାରଣରୁ ଦେଶ ତଥା ବିଶ୍ୱର ଅର୍ଥନୀତି ବେଶ୍‌ କ୍ଷତିଗ୍ରସ୍ତ ହେବାକୁ ଯାଉଛି। ତେଣୁ ସମସ୍ତେ ସେମାନଙ୍କ ସାମର୍ଥ୍ୟ ଅନୁଯାୟୀ ଅର୍ଥ ଦାନ କରିବା ଉଚିତ। ଉଲ୍ଲେଖଥାଉ କି, ପି.ଭି. ସିନ୍ଧୁ, ସାଇନା ନେହ୍ବାଲ, କିଡାମ୍ବୀ ଶ୍ରୀକାନ୍ତ ଓ ସାଇ ପ୍ରଣୀଥଙ୍କ ଭଳି ବ୍ୟାଡ୍‌ମିଣ୍ଟନ ଖେଳାଳିଙ୍କ କ୍ୟାରିୟର ବନାଇବାରେ ଗୋପୀଚାନ୍ଦ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ପୂର୍ବରୁ ମଧ୍ୟ ଏକାଧିକ କ୍ରୀଡ଼ାବିତ୍‌ ଏହି ଭାଇରସ୍‌ ମୁକାବିଲ ପାଇଁ ଅର୍ଥ ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri