କୋଭିଡ୍‌-୧୯ ନିୟମ ଉଲ୍ଲଂଘନ: ୨ ଦୋକାନ ସିଲ

ଖୋର୍ଦ୍ଧା ଅଫିସ,୧୧ା୬ : ସାମାଜିକ ଦୂରତ୍ୱ ଏବଂ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ କରିଥିବାରୁ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସହରର ଦୁଇ ଶାଢୀ ଦୋକାନକୁ ସାମୟିକ ଭାବେ ସିଲ୍‌ କରାଯାଇଛି ବୋଲି କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କହିଛନ୍ତି। ସୂଚନା ଅନୁଯାୟୀ, ସହରର ସମସ୍ତ ଦୋକାନ ଆଗରେ ସାମାଜିକ ଦୂରତ୍ବ ବଜାୟ ରଖି ବ୍ୟବସାୟ କରିବା ଲାଗି ବାରମ୍ବାର ବ୍ୟବସାୟୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ ଗୁରୁବାର ରଜ ଲାଗି ବଜାରରେ ଭିଡ ଜମିଥିଲା। କେତେକ ଦୋକାନୀ ଏହି ନିୟମଙ୍କୁ ଉଳ୍ଲଂଘନ କରିଥିବା ବେଳେ ପ୍ରଶାସନ ପକ୍ଷରୁ ଏ ନେଇ ଚଢ଼ାଉ କରାଯାଇଥିଲା। ପ୍ରଶାସନ ପକ୍ଷରୁ ଦୁଇଟି ଦୋକାନକୁ ସିଲ୍‌ କରାଯାଇଛି। ଅନ୍ୟ କେତେକ ଦୋକାନୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶତପଥୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଶାରଦୀୟ ଷୋଳପୂଜାର ତୃତୀୟ ଦିନ: ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମା’ ବନଦୁର୍ଗା

ନିରାକାରପୁର,୫।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ରାମେଶ୍ବର ପଞ୍ଚାୟତ ମା’ ବନଦୁର୍ଗାଙ୍କ ପୀଠରେ ବିଶ୍ୱ କଲ୍ୟାଣ ନିମନ୍ତେ ଶାରଦୀୟ ପାର୍ବଣର ଷୋଳପୂଜା ଆରମ୍ଭ ହୋଇଯାଇଛି। ସୋମବାର ପୂଜାର…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?