କୋଭିଡ୍‌-୧୯ ମୁକାବିଲା: ୧୫ ଦିନରେ ଖୋଲିବ ୨ ସ୍ବତନ୍ତ୍ର ହସ୍ପିଟାଲ

ଭୁବନେଶ୍ୱର,୨୬ା୩(ବ୍ୟୁରୋ)- କରୋନା ଭୂତାଣୁ(କୋଭିଡ୍‌-୧୯) ସଂକ୍ରମଣ ସଂଖ୍ୟା ଦେଶରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଘରୋଇ ହସ୍ପିଟାଲ ସହାୟତାରେ କରୋନା ଆକ୍ରାନ୍ତ ରୋଗୀଙ୍କ ପାଇଁ ୧ ହଜାର ବେଡ୍‌ ହସ୍ପିଟାଲ ଆୟୋଜନ କରିଛନ୍ତି। ଏ ନେଇ ସରକାର, ସମ୍‌ ଓ କିମ୍ସ ମେଡିକାଲ କଲେଜ ମଧ୍ୟରେ ତ୍ରିପାକ୍ଷିକ ବୁଝାମଣା ପତ୍ର(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଲୋକସେବା ଭବନଠାରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ନିକୁଞ୍ଜ ବିହାରୀ ଧଳ, ଓଡ଼ିଶା ଖଣି ନିଗମର ପରିଚାଳନା ନିର୍ଦ୍ଦେଶକ ଭିନିଲ କ୍ରିଷ୍ଣା ଏବଂ କିମ୍ସ ମ୍ୟାନେଜମେଣ୍ଟ ସହିତ ୪୫୦ ଶଯ୍ୟା ବିଶିଷ୍ଟ ଏକ ହସ୍ପିଟାଲ ପାଇଁ ବୁଝାମଣା ପତ୍ର ସ୍ବାକ୍ଷରିତ କରିଛନ୍ତି। ସେହିପରି ଦ୍ୱିତୀୟ ଏମ୍‌ଓୟୁରେ ସ୍ବାସ୍ଥ୍ୟ ସଚିବ, ଏମ୍‌ସିଏଲ୍‌ର ଏସ୍‌.ଏସ୍‌. ପଣ୍ଡା ଏବଂ ସମ୍‌ ହସ୍ପିଟାଲ ମ୍ୟାନେଜମେଣ୍ଟ ୫୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଏବଂ ଆଇସିୟୁ ସୁବିଧା କରିବା ନେଇ ସ୍ବାକ୍ଷରିତ କରିଛନ୍ତି। ଉକ୍ତ କୋଭିଡ୍‌-୧୯ ହସ୍ପିଟାଲ ପାଇଁ ଓଏମ୍‌ସି ଏବଂ ଏମ୍‌ସିଏଲ୍‌ କର୍ପୋରେଟ ସାମାଜିକ ଉତ୍ତରଦାୟିତ୍ୱ ପାଣ୍ଠି(ସିଏସଆର)ସମସ୍ତ ଖର୍ଚ୍ଚ ବହନ କରିବେ। ଏହା ଆସନ୍ତା ୧୫ଦିନ ମଧ୍ୟରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକ୍ଷମ ହେବ। ସମଗ୍ର ଦେଶରେ ୧ ହଜାର କୋଭିଡ୍‌-୧୯ ରୋଗୀଙ୍କ ପାଇଁ ହସ୍ପିଟାଲ ବ୍ୟବସ୍ଥା କରିବାରେ ଓଡିଶା ହେଉଛି ପ୍ରଥମ ରାଜ୍ୟ। ଏ ନେଇ ମୁଖ୍ୟମନ୍ତ୍ରୀ ଏହି ଦୁଇ ରାଜ୍ୟ ଓ କେନ୍ଦ୍ର ଉଦ୍ୟୋଗକୁ ସହଯୋଗ ପାଇଁ ସ୍ବାଗତ କରିଛନ୍ତି।
କରୋନା ଭୂତାଣୁ ସାରା ଦେଶରେ କାୟା ବିସ୍ତାର କରିଥିବାବେଳେ ଓଡ଼ିଶାକୁ ମଧ୍ୟ ପ୍ରଭାବିତ କରିଛି। ଆମେରିକା ଓ ଇଟାଲି ଭଳି ବିକଶିତ ଦେଶରେ ଉନ୍ନତ ସ୍ବାସ୍ଥ୍ୟସେବା ଥିବା ସତ୍ତ୍ୱେ ସେମାନେ ମଧ୍ୟ ଏହି ରୋଗକୁ ମୁକାବିଲା କରିବାରେ କଠିନ ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି। ଏଥିପାଇଁ ତ୍ୱରିତ୍‌ ବେଗରେ ସ୍ବାସ୍ଥ୍ୟ ବିଭାଗକୁ ସୁଦୃଢ଼ କରିବା ସହ କରୋନା ରୋଗୀ ଓ ସନ୍ଦିଗ୍ଧଙ୍କୁ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ଏଭଳି ସ୍ବତନ୍ତ୍ର ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଏ ଦିଗରେ ରାଜ୍ୟ ସରକାର କରୋନା ମହାମାରୀକୁ ମୁକାବିଲା କରିବା ଲାଗି ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟର ଅନ୍ୟ ଭାଗରେ କରୋନା ରୋଗୀଙ୍କ ପାଇଁ ଏଭଳି ବ୍ୟବସ୍ଥା କରିବା ସକାଶେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଏମ୍‌ଓୟୁ ବେଳେ ଏମ୍‌ପି ଅଚ୍ୟୁତ ସାମନ୍ତ, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ, ଓଏମ୍‌ସି ଚେୟାରମ୍ୟାନ, ମୁଖ୍ୟନ୍ତ୍ରୀଙ୍କ ଉପଦେଷ୍ଟା, ମୁଖ୍ୟମନ୍ତ୍ରୀ ସଚିବ(୫ଟି) ଏବଂ ସୋଆ ବିଶ୍ୱବିଦ୍ୟାଳୟର କୁଳପତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri