କୋଭିଡ୍‌-୧୯ ସତ୍ତ୍ୱେ ଏସିଆନ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ହେବ

କୁଆଲାଲମ୍ପୁର,୧୫।୪ (ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ଏସିଆରେ ସବୁ ଆଗଧାଡିର ଫୁଟବଲ ଟୁର୍ନାମେଣ୍ଟଗୁଡିକ ଆୟୋଜନ ଚାଲୁ ରହିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଆବଶ୍ୟକ ପଡିଲେ ଟୁର୍ନାମେଣ୍ଟର ମ୍ୟାଚ୍‌ଗୁଡିକ ରୁଦ୍ଧଦ୍ୱାରରେ ଆୟୋଜନ ହେବାରେ କୌଣସି ଅସୁବିଧା ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ତେଣୁ ଆଗକୁ ଏଏଫ୍‌ସି ଚାମ୍ପିୟନ୍ସ ଲିଗ, ଏଏଫ୍‌ସି କପ୍‌ ଆୟୋଜନ ହେବ ବୋଲି ଏସିଆନ ଫୁଟବଲ କନ୍‌ଫେଡେରେଶନ (ଏଏଫ୍‌ସି) ସମ୍ପାଦକ ଓ୍ବଣ୍ଡସୋର ଜନ ବିଶ୍ୱାସର ସହ କହିଛନ୍ତି।
ଏହି ଦୁଇଟି ଟୁର୍ନାମେଣ୍ଟରେ କେନ୍ଦ୍ରୀୟ ଏସିଆ, ମଧ୍ୟପ୍ରାଚ୍ୟ, ଦକ୍ଷିଣ ଏସିଆ ଓ ଏହି ମହାଦେଶର ଅନ୍ୟାନ୍ୟ ଅଞ୍ଚଳର ଦେଶଗୁଡିକ ଅଂଶ ଗ୍ରହଣ କରିଥାନ୍ତି। କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଏହି ଦୁଇଟି ଟୁର୍ନାମେଣ୍ଟ ଜୁନ୍‌ ମାସ ଶେଷ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଚଳିତବର୍ଷ ଏହି ଦୁଇ ଟୁର୍ନାମେଣ୍ଟ ଆୟୋଜନ ହେବ। ଏବେ ବି ଆମ ପାଖରେ ସମୟ ରହିଛି। ଏପ୍ରିଲ ଶେଷ ଆଡକୁ ଟୁର୍ନାମେଣ୍ଟଗୁଡିକର ନୂଆ ତାରିଖ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ। ତେବେ ବିନା ପ୍ରଶଂସକ ବା ଦର୍ଶକରେ ମ୍ୟାଚ୍‌ ଆୟୋଜନ ହେବା କଥାକୁ ଜନ୍‌ ଅସ୍ବୀକାର କରିନାହାନ୍ତି। କ୍ରୀଡ଼ାର ବୃହତ୍ତର ସ୍ବାର୍ଥ ଓ ବ୍ୟବସାୟିକ ସର୍ତ୍ତଗୁଡିକ ଦୃଷ୍ଟିରେ ରଖି ଏହି ଦୁଇଟି ଟୁର୍ନାମେଣ୍ଟ ଆୟୋଜନ ହେବା ଜରୁରୀ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ମଙ୍ଗଳବାର ଏଏଫ୍‌ସି କରୋନା ଭାଇରସ ସଂକ୍ରମଣ କାରଣରୁ ଟୁର୍ନାମେଣ୍ଟଗୁଡିକୁ ମେ ଓ ଜୁନ୍‌ ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲା। ଜୁନ୍‌ରେ ଆୟୋଜନ ହେବାକୁ ଥିବା ୨୦୨୨ ପୁରୁଷ ବିଶ୍ୱକପ୍‌ ଓ ୨୦୨୩ ଏସିଆନ କପ୍‌କୁ ମଧ୍ୟ ସ୍ଥଗିତ ରଖାଯାଇଛି। ପୂର୍ବରୁ ଏହି ମହାମାରୀ କାରଣରୁ ୟୁରୋ ୨୦୨୦କୁ ମଧ୍ୟ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri