କୋଭିଡ୍‌-୧୯ ସମୀକ୍ଷା: କୋଭିଡ ନିୟନ୍ତ୍ରଣରେ ଆଗରେ କେନ୍ଦ୍ରାପଡା

ଭୁବନେଶ୍ୱର,୨୦ା୮(ବ୍ୟୁରୋ)-କେନ୍ଦ୍ରାପଡ଼ା ଜିଲାରେ କରୋନା ସଂକ୍ରମଣର ଆରୋଗ୍ୟ ହାର ରାଜ୍ୟରେ ସର୍ବାଧିକ ୭୭ ପ୍ରତିଶତ ରହିଥିବାବେଳେ ମୃତ୍ୟୁ ହାର ୦.୩୩ ପ୍ରତିଶତ ରହିଛି। ଯାହକି ସାରା ଦେଶରେ ସର୍ବନିମ୍ନ। ସେହିପରି କେନ୍ଦ୍ରାପଡ଼ାରେ ସଂକ୍ରମଣ ହାର ୨.୨୫ ପ୍ରତିଶତ ଯାହାକି ରାଜ୍ୟରେ ସବୁଠାରୁ କମ୍‌। ସରପଞ୍ଚମାନଙ୍କୁ ଦିଆଯାଇଥିବା ଜିଲାପାଳ କ୍ଷମତାକୁ ସେମାନେ ଦକ୍ଷତାର ସହ କରୋନା ନିୟନ୍ତ୍ରଣରେ ଉପଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେମାନଙ୍କ ଉପରେ ତାଙ୍କର ଭରସାକୁ ଆହୁରି ଦୃଢ଼ କରିଛି ବୋଲି ମତ ଦେଇଛନ୍ତି। କେନ୍ଦ୍ରାପଡ଼ାକୁ ଏହି ସମୟ ମଧ୍ୟରେ ଅନ୍ୟ ରାଜ୍ୟରୁ ପ୍ରାୟ ୫୫ ହଜାର ପ୍ରବାସୀ ଫେରିଛନ୍ତି। ସମସ୍ତଙ୍କ ସହଯୋଗରେ କରୋନା ପରିଚାଳନା କାର୍ଯ୍ୟ ଯେଭଳି ଜାରି ରହିଛି, ସେଥିରେ କେନ୍ଦ୍ରାପଡ଼ା ଓଡ଼ିଶାରେ ଏକ ଆଦର୍ଶ ଜିଲା ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଜିଲାର ବିଧାୟକ ଓ ସରପଞ୍ଚମାନଙ୍କ ସହିତ କରୋନା ସ୍ଥିତି ସମ୍ପର୍କରେ ଆଲୋଚନା ଅବସରରେ ବିଜୁବାବୁଙ୍କ କଥା ମନେପକାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯଦି ବିଜୁବାବୁ ଆଜି ବଞ୍ଚିଥାନ୍ତେ ତେବେ ସରପଞ୍ଚମାନେ ଲୋକଙ୍କ ପାଇଁ ଯେଭଳି ଭଲ କାମ କରୁଛନ୍ତି ତାହା ଦେଖି ବହୁତ ଖୁସି ହୋଇ ଥାଆନ୍ତେ। ସେମାନଙ୍କର ଏହି ଭଲ କାମ ପାଇଁ ସେ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି କେନ୍ଦ୍ରାପଡ଼ାବାସୀଙ୍କ ସୁବିଧା ପାଇଁ ଜିଲାର ପ୍ରତି ବ୍ଲକକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଗୋଟିଏ ଲେଖାଏ ଭେଣ୍ଟିଲେଟର ଯୁକ୍ତ ଆମ୍ବୁଲାନ୍ସ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri