କୋଭିଡ ପରିଚାଳନା କାର୍ଯ୍ୟକ୍ରମର ସମୀକ୍ଷା

ବଲାଙ୍ଗୀର ଅଫିସ, ୫ା୬-ବଲାଙ୍ଗୀର ଜିଲା କୋଭିଡ-୧୯ ପର୍ଯ୍ୟବେକ୍ଷକ ସୁଶୀଲ କୁମାର ଲୋହାନୀ ଶୁକ୍ରବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବିଭିନ୍ନ ବ୍ଳକର କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କରିବା ସହ କୋଭିଡ ପରିଚାଳନା କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଜିଲାରେ ଚାଲିଥିବା ଶ୍ରମଭିତ୍ତିିକ କାର୍ଯ୍ୟକ୍ରମର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ ା ଜିଲା ଏନ୍‌ଏଚ୍‌ଏମ୍‌ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲାପାଳ ଅରିନ୍ଦମ ଡାକୁଆ, ଡିଆରଡିଏ ପିଡି ଡ ମହେଶ୍ୱର ସ୍ବାଇଁ, ପ୍ରବୋସନର ଆଇଏଏସ୍‌ ମନୋଜ ମହାନନ୍ଦ, ସିଡିଏମ୍‌ଓ ଡା ନାରାୟଣ ଥନାପତି ଓ ଅନ୍ୟ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ା ଜିଲାର କୋଭିଡ ହସ୍ପିଟାଲ, କରୋନା ସ୍ବାସ୍ଥ୍ୟକେନ୍ଦ୍ର, କରୋନା ସ୍ବାସ୍ଥ୍ୟ ସୁରକ୍ଷା କେନ୍ଦ୍ର, ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକର ସବିଶେଷ ତଥ୍ୟ ସମୀକ୍ଷା କରିଥିଲେ। ସଙ୍ଗରୋଧ କେନ୍ଦ୍ରଗୁଡିକରୁ ଏବଂ କଣ୍ଟ୍ରାକ୍ଟ ଟ୍ରେସିଂରୁ ସଂଗୃହୀତ ସ୍ବାବ୍‌ ପରୀକ୍ଷା ପରିଚାଳନା ଉପରେ ଆଲୋଚନା କରିଥିଲେ ା ଜିଲାରେ କରୋନା ସ୍ଥିତି ଅନୁଧ୍ୟାନ କରି ଲୋକଙ୍କ ଜୀବନ ଓ ଜୀବିକା ଉପରେ ବିଶେଷ ଗୁରୁତ୍ୱାରୋପ କରାଯାଇଥିଲା ା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମନିୟୁକ୍ତି ଯୋଜନାରେ ଲୋକଙ୍କୁ କାମ ଯୋଗାଇବା ଓ ଠିକ୍‌ ସମୟରେ ପ୍ରାପ୍ୟ ଯୋଗାଇବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri