କୋଭିଡ ଯୋଦ୍ଧାଙ୍କୁ ଅସମ୍ମାନ: ଆନନ୍ଦପୁରରେ ସଚେତନତା କାର୍ଯ୍ୟ ସାରି ଫେରୁଥିବା ଆଶା ଦିଦିଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ଆନନ୍ଦପୁର, ୨୧। ୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଶାଳବଣି ପଞ୍ଚାୟତ ବଳଦୁଆଁ ଗ୍ରାମର ଆଶା ଦିଦି ଅଖଜି ଖଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୋଲିସ ସେହି ଗ୍ରାମର ଚନ୍ଦନ ମଣ୍ଡଳଙ୍କୁ ଗିରଫ କରିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା(ନଂ. ୬୨/୨୦) ରୁଜୁ କରାଯାଇଛି। ମଙ୍ଗଳବାର ଚନ୍ଦନଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ଆଶା ଦିଦି ଅଖଜି କୋଭିଡ-୧୯ ପାଇଁ ଗ୍ରାମରେ ସଚେତନତା କାର୍ଯ୍ୟ ସାରି ନିଜ ଘର ଟିକର ସାହିକୁ ଫେରିବା ବେଳେ ପୋଲିସ ଇନଫର୍ମର ବୋଲି ଭାବି ଚନ୍ଦନ ତାଙ୍କୁ ଆକ୍ରମଣ କରିଥିଲେ।

ଉଲ୍ଲେଖଯୋଗ୍ୟ, ବଳଦୁଆଁ ଗ୍ରାମ ନିକଟ ଦେଇ ଯାଇଥିବା ଏକ କେନାଲରେ ଅନେକ ସମୟରେ ସଂଘବଦ୍ଧ ଭାବେ କେତେକ ଲୋକ ମାଛ ଧରୁଥିବା ଘଟଣାକୁ ଆଶା ଦିଦି ବିରୋଧ କରିଆସୁଥିଲେ। ଶନିବାର ଲୋକମାନେ ମାଛ ଧରିବା ସମୟରେ ପୋଲିସ ପାଟ୍ରୋଲିଂ ଗାଡି ଯିବାରୁ ସେମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ। ଏହି ମାଛ ଧରିବା ଘଟଣାକୁ ନେଇ ଆଶା ଦିଦି ପୋଲିସକୁ ସୂଚନା ଦେଇଥିବା ଅନୁମାନ କରି ତାଙ୍କ ଉପରେ ଆକ୍ରମଣ ହୋଇଥିବା ଜଣାପଡିଛି। ତେବେ ସଚେତନତା କାର୍ଯ୍ୟରେ ନିୟୋଜିତ ଥିବା ଆଶା ଦିଦିଙ୍କୁ ଆକ୍ରମଣ ଘଟଣାକୁ ଗୁରୁତର ଭାବେ ଗ୍ରହଣ କରି ଜିଲା ଏସ୍‌ପି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ପାଇଁ ଆନନ୍ଦପୁର ଥାନା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆନନ୍ଦପୁର ଥାନା ଅଧିକାରୀ ଗଗନ ବିଶ୍ୱାଳଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚଢାଉ କରି ବଳଦୁଆଁ ଗ୍ରାମ ନିକଟରୁ ଅଭିଯୁକ୍ତ ଚନ୍ଦନଙ୍କୁ ଗିରଫ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri