କୋଭିଡ-୧୯ : ଜୁନ୍‌ ୩୦ ପର୍ଯ୍ୟନ୍ତ ଆଇଟିଟିଏଫ୍‌ ସବୁ ଇଭେଣ୍ଟକୁ ସସ୍‌ପେଣ୍ଡ କଲା

ନୂଆଦିଲ୍ଲୀ,୩୦।୫(ପି.ଟି.): ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍‌) ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ତା’ର ସବୁ ଇଭେଣ୍ଟକୁ ବାତିଲ କରିଛି। କୋଭିଡ-୧୯ ସାରା ବିଶ୍ୱରେ ମହାମାରୀର ରୂପ ନେଇଥିବାରୁ ଆଇଟିଟିଏଫ୍‌ ଏହି ନିଷ୍ପତ୍ତି ନେଇଛି। କେବଳ ସେତିକି ନୁହଁ ବିଶ୍ୱ ର଼୍ୟାଙ୍କିଙ୍ଗ୍‌କୁ ମଧ୍ୟ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ରବିବାର ଆଇଟିଟିଏଫ୍‌ର କାର୍ଯ୍ୟକାରୀ କମିଟି ବୈଠକ ବସିଥିଲା। ଏଥିରେ କରୋନ ଭାଇରସ ସଂକ୍ରମଣ ନେଇ ସବିଶେଷ ଆଲୋଚନା ହୋଇଥିଲା।
କାରୋନା ଭାଇରସ ସଂକ୍ରମଣ ସାରା ବଶ୍ୱରେ କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଟୋକିଓ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଥିଲା। ଫଳରେ ଆଇଟିଟିଏଫ୍‌କୁ ଏହି ନିଷ୍ପତ୍ତି ନେବାକୁ ପଡିଛି। ଜୁନ୍‌ ୩୦ ପର୍ଯନ୍ତ ମଧ୍ୟ ସବୁ ପ୍ରକାର ଅନ୍ତଜର୍ତାତୀୟ ଯାତାୟତାକୁ ମଧ୍ୟ ବାତିଲ କରାଯାଇଛି। ଇଭେଣ୍ଟ ସବୁ ବାତିଲ ହୋଇଥିବାରୁ ର଼୍ୟାଙ୍କିଙ୍ଗ୍‌ର କୌଣସି ପ୍ରାସଂଙ୍ଗିକତା ନାହିଁ ବୋଲି ଆଇଟିଟିଏଫ୍‌ ହୃଦୟଙ୍ଗମ କରିଛି। ତେଣୁ ର଼୍ୟାଙ୍କିଙ୍ଗକୁ ମଧ୍ୟ ଅଚଳ କରାଯାଇଛି। ହାନା ବ୍ୟାଙ୍କ୍‌ ୨୦୨୦ ଓ୍ବାଲର୍‌ଡ ଟିମ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ର ନୂଆ କାର୍ଯ୍ୟସୂଚୀ ଆଗାମୀ ସପ୍ତାହଗୁଡିକରେ ଘୋଷଣା କରାଯିବ।
ଟୋକିଓ ଅଲିମ୍ପିକ୍ସର ନୂଆ କାର୍ଯ୍ୟସୂଚୀ ଥରେ ଘୋଷଣା ହୋଇଗଲେ ସେହି ଅନୁସାରେ ଆମେ କ୍ୱାଲିଫିକେଶନ ଟୁର୍ନାମେଣ୍ଟ ତାରିଖ ସଂକ୍ରାନ୍ତରେ ନିଷ୍ପତ୍ତି ନେବୁ ବୋଲି ଆଇଟିଟିଏଫ୍‌ ତରଫରୁ କୁହାଯାଇଛି। ଇତିମଧ୍ୟରେ କାର୍ଯକାରୀ କମିଟି ଖର୍ଚ୍ଚକାଟ କରିବାକୁ ନିଷ୍ପତ୍ତି ନେଇଛି ଓ ସିନିୟର ଅଧିକାରୀମାନେ ଅପେକ୍ଷାକୃତ କମ୍‌ ପାରିଶ୍ରମିକ ନେବାକୁ ରାଜି ହୋଇଛନ୍ତି। ପରସ୍ଥିତିର ସମୀକ୍ଷା ପାଇଁ ଆଗାମୀ ଏପ୍ରିଲ ୧୫ରେ ଆଇଟିଟିଏଫ୍‌ ପରବର୍ତ୍ତୀ ବୈଠକ ଡାକିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri