କୋଭିଡ-୧୯ ପରୀକ୍ଷାକେନ୍ଦ୍ର କାର୍ଯ୍ୟକ୍ଷମ ନେଇ ଦାବିପତ୍ର

ବାଲେଶ୍ୱର ଅଫିସ,୩।୬- ବାଲେଶ୍ୱର ଫକୀରମୋହନ ମେଡିକାଲ୍‌ କଲେଜ୍‌ ପରିସରରେ ଗତ ୩୧ ତାରିଖ ରାତି ୮ଟା ସମୟରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସ୍ବାବ ପରୀକ୍ଷା ପାଇଁ ଏକ ପରୀକ୍ଷଣ କେନ୍ଦ୍ରକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଉଦ୍‌ଘାଟନ କରିଥିଲେ। କିନ୍ତୁ ଗତ ଦୁଇ ଦିନ ଧରି ଏହି ପରୀକ୍ଷାକେନ୍ଦ୍ରକୁ କାର୍ଯ୍ୟକ୍ଷମ କରାଯାଇ ନାହିଁ। ଏନେଇ ବୁଧବାର ପୂର୍ବାହ୍ନରେ ବାଲେଶ୍ୱର ସରକାରୀ ମେଡିକାଲ୍‌ କଲେଜ ପ୍ରତିଷ୍ଠା କ୍ରିୟାନୁଷ୍ଠାନ କମିଟି ତରଫରୁ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। କ୍ରିୟାନୁଷ୍ଠାନ କମିଟିର ସଦସ୍ୟମାନେ ଏହାର ପ୍ରତିବାଦ କରିଥିଲେ। ସ୍ଥାନୀୟ ଜିଲାପ୍ରଶାସନ ଏମ୍‌ସିଆଇ (ମେଡିକାଲ କାଉନ୍‌ସିଲ ଅଫ୍‌ ଇଣ୍ଡିଆ)ର ବିନା ଅନୁମତି ଏବଂ କୋଭିଡ୍‌-୧୯ ପରୀକ୍ଷଣର ଯନ୍ତ୍ରାଂଶ ନ ଥିବା ସତ୍ତ୍ୱେ ଉକ୍ତ କେନ୍ଦ୍ରକୁ ଉଦ୍‌ଘାଟନ କରିଥିଲା। ଦୁଇଦିନ ଭିତରେ ଉପରୋକ୍ତ ଅନୁମତି ସହ କୋଭିଡ୍‌-୧୯ ପରୀକ୍ଷା ଆରମ୍ଭ ହେବ ବୋଲି ଫକୀରମୋହନ ସରକାରୀ ମେଡ଼ିକାଲ କଲେଜର ଅଧ୍ୟକ୍ଷ ଡା. ରାମଚନ୍ଦ୍ର ଗିରି କହିଥିଲେ। ଅନ୍ୟପକ୍ଷରେ ଆସନ୍ତା ରବିବାର ସୁଦ୍ଧା ଏହା କାର୍ଯ୍ୟକ୍ଷମ ନହେଲେ ସୋମବାର ଠାରୁ ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ଗଣଧାରଣା ପାଇଁ କ୍ରିୟାନୁଷ୍ଠାନ କମିଟି ଚେତାବନୀ ଦେଇଛି। ଜିଲା କ୍ରିୟାନୁଷ୍ଠାନ କମିଟିର ସଭାପତି ପ୍ରଫେସର ଅନନ୍ତ କୁମାର ପ୍ରଧାନ, ସାଧାରଣ ସମ୍ପାଦକ ନିରଞ୍ଜନ ପରିଡ଼ାଙ୍କ ସମେତ ପ୍ରଦୀପ ଦାସ, ଗୌରାଙ୍ଗ ପାଣିଗ୍ରାହୀ, ଶ୍ରଦ୍ଧାଞ୍ଜଳି ରାୟ, ଅନ୍ତର୍ଯ୍ୟାମୀ ପ୍ରଧାନ, ଖଗେନ୍ଦ୍ର ସାହୁ ଓ ଶ୍ୟାମସୁନ୍ଦର ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri