Posted inଖେଳ

କୋଭିଡ-୧୯ ପ୍ରତିବନ୍ଧକ: ବାଲା ଦେବୀଙ୍କ ସ୍କଟ୍‌ଲାଣ୍ଡ ରହଣି ବଢିଲା

ନୂଆଦିଲ୍ଲୀ, ୨୧।୩ (ପି.ଟି.)- କରୋନା ଭାଇରସ ବା କୋଭିଡ-୧୯ ପ୍ରତିବନ୍ଧ ପାଇଁ ଭାରତୀୟ ମହିଳା ଫୁଟବଲ ତାରକା ଏନ୍‌ ବାଲା ଦେବୀଙ୍କ ସ୍କଟଲାଣ୍ଡ ରହିଣିରେ ବୃଦ୍ଧି ଘଟିଛି। ପ୍ରଥମ ଭାରତୀୟ ଭାବେ ସେ ସ୍କଟିଶ ମହିଳା ପ୍ରିମିୟର ଲିଗ୍‌ କ୍ଲବ ରେଞ୍ଜର୍ସ ସହ ଚୁକ୍ତି କରିଥିଲେ। କରୋନା ଭାଇରସ ପାଇଁ ଲାଗୁ ହୋଇଥିବା ପ୍ରତିବନ୍ଧ ଲାଗି ସେ ନିଜ କ୍ଲବ ସହ ଅଧିକ ଦିନ ରହିବାକୁ ବାଧ୍ୟ ହୋଇଛନ୍ତି। ଇତିମଧ୍ୟରେ ଭାରତ ସରକାର ମଧ୍ୟ ମାର୍ଚ୍ଚ ୨୨ରୁ ୩୧ ତାରିଖ ମଧ୍ୟରେ ବିଦେଶରୁ ସବୁ ପ୍ରକାର ଫ୍ଲାଇଟ୍‌କୁ ବନ୍ଦ କରିଛନ୍ତି। ଫଳରେ ସ୍ବଦେଶ ଫେରିବାରେ ତାଙ୍କର ବିଳମ୍ବ ହେବା ନିଶ୍ଚିତ ହୋଇଛି। ଲିଗ୍‌କୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଫଳରେ ଏବେ କୌଣସି ମ୍ୟାଚ୍‌ ଖେଳାଯିବାର କାର୍ଯ୍ୟକ୍ରମ ନାହିଁ। ସେ ଏବେ ଚାହିଁଲେ ବି ଘରକୁ ଆସିପାରିବେ ନାହିଁ। ଏବେ ସେ ସେଠାରେ ରହି ଟ୍ରେନିଂ ଜାରି ରଖିବେ। ଲିଗ ଆରମ୍ଭ ହେଲେ ସେ ସେଠାରେ ରହି ଖେଳିବେ। ଉଲ୍ଲେଖଥାଉ କି, ବାଲା ଦେବୀଙ୍କ ନେତୃତ୍ୱରେ ଭାରତ ସାଉଥ ଏସିଆନ ଗେମ୍ସରେ ଗତବର୍ଷ ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ଏହି ଟୁର୍ନାମେଣ୍ଟରେ ସେ ୫ଟି ମ୍ୟାଚ୍‌ ଖେଳି ୧୬ଟି ଗୋଲ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri