Posted inଖେଳ

କୋଭିଡ-୧୯: ଫିଫା ବିଶ୍ୱକପ୍‌ ଆମ୍ବାସାଡର ସଂକ୍ରମିତ

ଦୋହା,୧।୫(ଏଏଫ୍‌ପି): କାତାରରେ ଆୟୋଜନ ହେବାକୁଥିବା ୨୦୨୨ ଫିଫା ବିଶ୍ୱକପ୍‌ର ଜଣେ ଆମ୍ବାସାଡର କରୋନ ଭାଇରସ୍‌ ପଜିଟିଭ୍‌ ବୋଲି ଜଣାପଡିଛି। ବିଶ୍ୱକପ୍‌ର ଅନ୍ୟତମ ଆମ୍ବାସାଡର ତଥା ପୂର୍ବତନ କାତାର ମିଡ୍‌ପିଲ୍ଡର ୫୪ ବର୍ଷୀୟ ଆଡେଲ ଖାମିସ୍‌ ଦୁର୍ଭାଗ୍ୟବଶତଃ କୋଭିଡ-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଏ ନେଇ ଟୁର୍ନାମେଣ୍ଟ ଆୟୋଜକ ଟୁଇଟ୍‌ କରି ସୂଚନା ଦେଇଛନ୍ତି।
ଏଥିସହିତ ୩ଟି ଷ୍ଟାଡିୟମ ନିର୍ମାଣରେ ସାମିଲ ରହିଥିବା ମୋଟ ୮ ଜଣ ବ୍ୟକ୍ତି କୋଭିଡ-୧୯ ସଂକ୍ରମିତ ହୋଇଛନ୍ତି। ତେବେ ଏପ୍ରିଲ ୧୭ ତାରିଖ ପରଠାରୁ ଆୟୋଜନମାନେ ଏ ସଂକ୍ରାନ୍ତରେ କୌଣସି ଅପ୍‌ଡେଟ ଦେଇନାହାନ୍ତି। କାତାରରେ ଏପର୍ଯ୍ୟନ୍ତ ୧୩, ୪୦୯ ଜଣ ସଂକ୍ରମିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧,୩୭୨ଜଣ ଆରୋଗ୍ୟ ଲାଭ କରିଛନ୍ତି। ତେବେ ୧୦ଜଣ ଏଥିରେ ମୃତ୍ୟୁବରଣ କରିଛନ୍ତି।
ବିଶ୍ୱକପ୍‌ ଆୟୋଜନ ପାଇଁ କାତାରରେ ନିର୍ମାଣ କାର୍ଯ୍ୟ ପୂରା ଦମ୍‌ରେ ଆଗେଇ ଚାଲିଛି। ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇଥିବା ଶ୍ରମିକ ଓ ଅନ୍ୟ ଷ୍ଟାଫ୍‌ମାନଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ଗୁରୁତ୍ୱ ଦିଆଯାଉଛି ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।
ଖାମିସ୍‌ଙ୍କ ସମେତ ଅଷ୍ଟ୍ରେଲିଆର ଟିମ୍‌ କାହିଲ ଓ ବାର୍ସିଲୋନା ଲିଜେଣ୍ଡ ଜାଭି ହେର୍ନାଣ୍ଡିଜ୍‌ ମଧ୍ୟ ବିଶ୍ୱକପ୍‌ ପାଇଁ ଆମ୍ବାସାଡର ନିଯୁକ୍ତ ହୋଇଛନ୍ତି। କରୋନା ଭାଇରସ୍‌ କାରଣରୁ ସ୍ବାସ୍ଥ୍ୟ ଜନିତ ବିପର୍ଯ୍ୟୟ ସତ୍ତ୍ୱେ ନିର୍ମାଣ କାର୍ଯ୍ୟ ଚାଲୁ ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri