କୋଭିଡ-୧୯ ମହାମାରୀ ମୁକାବିଲା: ଡାକ୍ତର, ସ୍ବାସ୍ଥ୍ୟକର୍ମାଙ୍କ ସେବାକୁ ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୪(ବ୍ୟୁରୋ): କରୋନା (କୋଭିଡ-୧୯)ର ପ୍ରକୋପ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ଏହି ମହାମାରୀର ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ ଠାରୁ ଆରମ୍ଭ କର ସଟ୍‌ଡାଉନ୍‌ ଭଳି ପଦକ୍ଷେପ ନେବାକୁ ବାଧ୍ୟ ହୋଇଛନ୍ତି। ଏହି ମହା ବିପଦକୁ ମୁକାବିଲା କରିବା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କୁ ଅନୁରୋଧ କରିଛନ୍ତି। ନିଜ ଜୀବନକୁ ବିପଦରେ ପକାଇ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ନିଜର କର୍ତ୍ତବ୍ୟ କରି ଚାଲିଛନ୍ତି। ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ସୋମବାର ପୂର୍ବାହ୍ନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। ଏହି ବିଶ୍ୱ ମହାମାରୀର ମୁକାବିଲା ପାଇଁ ସେମାନଙ୍କର ସେବାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ମହାନଦୀ କୋଲ୍‌ ଲିମିଟେଡ୍‌ର ଓଡ଼ିଶାକୁ ସହାୟତା ପାଇଁ କେନ୍ଦ୍ର ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଖଣି ଓ ସଂସଦୀୟ ବ୍ୟାପର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଘରୋଇ ହସ୍ପିଟାଲ ସୋଆ ପକ୍ଷରୁ ନିର୍ଦ୍ଧାରିତ ସମୟ ମଧ୍ୟରେ କୋଭିଡ୍‌ ହସ୍ପିଟାଲ ନିର୍ମାଣ କରାଯାଇଥିବାରୁ ସମ୍ପୃକ୍ତ ସଂସ୍ଥାକୁ ମଧ୍ୟ ପ୍ରଶଂସା କରିଛନ୍ତି।