Posted inଖେଳ

କୋଭିଡ-୧୯: ମହିଳା ଦିନିକିଆ, ପୁରୁଷ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ କ୍ୱାଲିଫାୟର୍ସ ଘୁଞ୍ଚିଲା

ଦୁବାଇ,୧୨।୫ (ପି.ଟି.): କୋଭିଡ-୧୯ ମହାମାରୀ ପାଇଁ ଆଉ ଦୁଇଟି ବଡ଼ ଇଭେଣ୍ଟକୁ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ନିଷ୍ପତ୍ତି ନେଇଛି। ୨୦୨୧ ମହିଳା ବିଶ୍ୱକପ୍‌ ଓ ୨୦୨୨ ପୁରୁଷ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ର ଯୋଗ୍ୟାତା ପର୍ଯ୍ୟାୟ ଇଭେଣ୍ଟକୁ ସ୍ଥଗିତ ରଖାଯାଇଛି। ଆସନ୍ତା ଜୁଲାଇରେ ଏହି ଦୁଇଟି ଟୁର୍ନାମେଣ୍ଟ ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଥିଲା।

ଶ୍ରୀଲଙ୍କାରେ ଜୁଲାଇ ୩- ୧୯ରେ ବିଶ୍ୱକପ୍‌ ମହିଳା ଯୋଗ୍ୟତା ପର୍ଯ୍ୟାୟ ଇଭେଣ୍ଟ ଆୟୋଜନ ହେବ। ଏଥିରେ ୧୦ଟି ଦଳ ଯଥା ଆୟୋଜକ ଶ୍ରୀଲଙ୍କା ସମେତ ବାଂଲାଦେଶ, ଆୟର୍ଲାଣ୍ଡ, ନେଦରଲାଣ୍ଡ୍ସ, ପାକିସ୍ତାନ, ପପୁଆ ନ୍ୟୁଗିନି, ଥାଇଲାଣ୍ଡ, ଆମେରିକା, ଓ୍ବେଷ୍ଟଇଣ୍ଡିଜ୍‌ ଓ ଜିମ୍ବାଓ୍ବେ ଅଂଶଗ୍ରହଣ କରିବେ। ସବୁ ସଭ୍ୟ, ସରକାରୀ ଓ ବେସରକାରୀ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ପରାମର୍ଶ କରି ଏହି ନିଷ୍ପତ୍ତି ନେଉଛୁ ବୋଲି ଆଇସିସି ତରଫରୁ କୁହାଯାଇଛି। ୨୦୨୨ ଆଇସିସି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଜୁଲାଇ ୨୪ରୁ ୩୦ ତାରିଖ ମଧ୍ୟରେ ଡେନ୍‌ମାର୍କରେ ୟୁରୋପିଆନ ରିଜିଓନାଲ କ୍ୱାଲିଫାୟର ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା।

ତେବେ ଏହି ଇଭେଣ୍ଟ ପୁଣି କେବେ ଆୟୋଜନ ହେବ ସେ ନେଇ ଆଇସିସି ସବୁ ଅଂଶଗ୍ରହଣକାରୀ ଦଳଗୁଡିକୁ ପରେ ଅବଗତ କରାଇବ। କୋଭିଡ ୧୯ ମହାମାରୀ ଜନିତ ଟ୍ରାଭେଲ ରେଷ୍ଟ୍ରିକ୍‌ଶନ, ବିଶ୍ୱ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଏହି ଦୁଇ ଇଭେଣ୍ଟକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛୁ ବୋଲି ଆଇସିସି ହେଡ୍‌ ଅଫ୍‌ ଇଭେଣ୍ଟ୍ସ କ୍ରିସ୍‌ ଟେଟଲି କହିଛନ୍ତି। ଖେଳାଳି, କୋଚ୍‌, ଅଫିସିଆଲ, ପ୍ରଶଂସକ ଓ ପୂରା କ୍ରିକେଟ ଜଗତର ସ୍ବାସ୍ଥ୍ୟକୁ ଆମେ ପ୍ରାଥମିକତା ଦେଉଛୁ ବୋଲି ସେ କହିଛନ୍ତି। ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ର ବାକି ଦୁଇଟି ରିଜିଓନାଲ କ୍ୱାଲିଫାୟର ଡିଭିଜନ ୨ ଇଭେଣ୍ଟ ସଂକ୍ରାନ୍ତରେ ପରେ ନିଷ୍ପତ୍ତି ନେବୁ ବୋଲି ଆଇସିସି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ନବରାତ୍ରୀ ଆରମ୍ଭରୁ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରଚୁର ଧନବର୍ଷା ସହ ଘରକୁ ଆସିବ ଖୁସି ଖବର

ଶାରଦୀୟ ନବରାତ୍ରୀର ପବିତ୍ର ପର୍ୱ ୧୧ ଅକ୍ଟୋବର, ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ନବରାତ୍ରୀର ପ୍ରଥମ ଦିନରେ ଆଶ୍ୱିନ ଶୁକ୍ଳ ପ୍ରତିପଦା ତିଥିରେ କଳସ ସ୍ଥାପନ କରାଯାଏ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?