କୋଭିଡ-୧୯ ମୁକାବିଲା: ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪.୫ ଲକ୍ଷ ପରିବାର

ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା (କୋଭିଡ-୧୯) ସାରା ବିଶ୍ୱରେ କେବଳ ଏକ ସ୍ବାସ୍ଥ୍ୟ ସମସ୍ୟା ନୁହେଁ ଏହା ଅନେକ ଅର୍ଥନୈତିକ ସମସ୍ୟା ମଧ୍ୟ ସୃଷ୍ଟି କରିଛି। ଏହାର ମୁକାବିଲା ଲାଗି ରାଜ୍ୟର ସହରାଞ୍ଚଳ ଗରିବଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସହରାଞ୍ଚଳ ଶ୍ରମଭିତ୍ତିକ କାର୍ଯ୍ୟ ପାଇଁ ୧୦୦ କୋଟି ଟଙ୍କାର ଯୋଜନା ଘୋଷଣା କରିଛନ୍ତି। ରାଜ୍ୟର ୧୧୪ଟି ପୌରାଞ୍ଚଳର ୪ ଲକ୍ଷ ୫୦ ହଜାର ପରିବାର ଏଥିରେ ଉପକୃତ ହେବେ। ଚଳିତ ଏପ୍ରିଲ ମାସରୁ ଆରମ୍ଭ ହୋଇ ଏହା ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ମିଶନଶକ୍ତର ସହାୟତା ଓ ସହଭାଗିତାରେ ଏହି କାର୍ଯ୍ୟକ୍ରମ ଚାଲିବ। ହିତାଧିକାରୀଙ୍କ ମଜୁରୀ ପ୍ରତି ସପ୍ତାହରେ ସିଧା ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ।
ବର୍ତ୍ତମାନ ଏହି କଷ୍ଟକର ସମୟରେ ରାଜ୍ୟ ସରକାର ସହରାଞ୍ଚଳର ଗରିବ ଲୋକଙ୍କୁ ରୋଜଗାର ଦେବା ପାଇଁ ଅର୍ବାନ୍‌ ଓ୍ବେଜ୍‌ ଏମ୍ଲୟମେଣ୍ଟ ଇନିସିଏଟିଭ ନାମରେ ଏକ ଜରୁରୀକାଳୀନ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ରାଜ୍ୟର ୧୪୪ଟି ପୌରାଞ୍ଚଳ ଗୁଡିକରେ ରହୁଥିବା ଶ୍ରମିକ, ଗରିବ ଲୋକ ଓ ଦିନ ମଜୁରିଆ ଲୋକଙ୍କ ପାଇଁ ଜୀବିକା ସୃଷ୍ଟି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ

ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ…

ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri