କୋଭିଡ-୧୯: ଲଙ୍କାସାୟାର ଚେୟାରମ୍ୟାନ ଡେଭିଡ ହଜକିସ୍‌ଙ୍କ ମୃତ୍ୟୁ

ଲଣ୍ଡନ,୩୧।୩ (ପି.ଟି.): ବିଶ୍ୱରେ କୋଭିଡ- ୧୯ ତା’ର ଆତଙ୍କ ଜାରି ରଖିଛି। ଲଙ୍କାସାୟାର କାଉଣ୍ଟି କ୍ରିକେଟ କ୍ଲବ ଚେୟାରମ୍ୟାନ ଡେଭିଡ ହଜକିସ୍‌ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। କିନ୍ତୁ କ୍ଲବ ତରଫରୁ ହଜକିସ୍‌ଙ୍କ ମୃତ୍ୟୁର କାରଣ ସମ୍ପର୍କରେ ଅନୁଷ୍ଠାନିକ ଭାବେ କିଛି କୁହାଯାଇନାହିଁ। ତେବେ କରୋନା ଭାଇରସ୍‌ ସଂକ୍ରମଣ କାରଣରୁ ତାଙ୍କର ଦେହାନ୍ତ ହୋଇଛି ବୋଲି କ୍ଲବର ମୁଖପାତ୍ର ‘ପ୍ରେସ୍‌ ଆସୋସିଏଶନ’କୁ କହିଛନ୍ତି। ଅବଶ୍ୟ ସେ ପୂର୍ବରୁ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିଲେ। ପୂର୍ବରୁ ହଜ୍‌କିସ୍‌ ଏମିରେଟ ଓଲ୍ଡ ଟ୍ରାଫର୍ଡର ବୋର୍ଡରେ ଗତ ୨୨ ବର୍ଷ ଧରି ସଦସ୍ୟ ଭାବେ କାର୍ଯ୍ୟ କରିଆସୁଥିଲେ। ୨୦୧୭ରେ ମାଇକେଲ କେନର୍‌ସ ଉତ୍ତରାଧିକାରୀ ରୂପେ ସେ ଲଙ୍କାସାୟାର କ୍ଳବର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଥିଲେ।
ଦୀର୍ଘ ବର୍ଷ ଧରି ଲଙ୍କାସାୟାର ପାଇଁ ସେ ଗୁରୁତ୍ୱପୂର୍ଣ୍ଣ ବିଭାଗରେ କାର୍ଯ୍ୟ କରିଥିଲେ। ସେ କୋଷାଧ୍ୟକ୍ଷ, ଉପ-ସଭାପତି ଓ ଅଧ୍ୟକ୍ଷ ଭାବେ ସଫଳତାର ସହ କ୍ଲବ ପାଇଁ କାର୍ଯ୍ୟ କରିଥିଲେ। ସେ ଜଣେ ଭଦ୍ର ବ୍ୟକ୍ତି ଥିଲେ ଓ କ୍ଲବରେ ତାଙ୍କୁ ସମସ୍ତେ ଭଲ ପାଉଥିଲେ। ତାଙ୍କ ଦେହାନ୍ତରେ କ୍ଲବ ତରଫରୁ ଶୋକ ପ୍ରକାଶ କରାଯାଇଛି। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ ଅଧ୍ୟକ୍ଷ କଲିନ୍‌ ଗ୍ରେଭ୍ସ ମଧ୍ୟ ତାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri