Posted inଖେଳ

କୋଭିଡ-୧୯: ସିନିୟର ପିଜିଏ ଚାମ୍ପିୟନଶିପ୍‌ ବାତିଲ

ଲସ୍‌ ଏଞ୍ଜେଲ୍ସ,୩।୪(ପି.ଟି.)- କରୋନା ଭାଇରସ୍‌ ଏବେ ସାରା ବିଶ୍ୱରେ ମହାମାରୀର ରୂପ ନେଇଥିବାରୁ ଆସନ୍ତା ମାସରେ ଆୟୋଜନ ହେବାକୁ ଥିବା ପ୍ରଫେସ୍‌ନାଲ ଗଲ୍ଫର୍ସ ଅସୋସିଏଶନ (ପିଜିଏ) ଚାମ୍ପିୟନ୍‌ଶିପ୍‌ ବାତିଲ ହୋଇଛି। ଏହି ଚାମ୍ପିୟନଶିପ୍‌ ମେ’ ୧୯ରୁ ୨୪ ତାରିଖ ମଧ୍ୟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ଏବେ ଏହି ଚାମ୍ପିୟନଶିପ୍‌ ବାତିଲ ହୋଇଛି ବୋଲି ଆମେରିକୀୟ ଅଧିକାରୀମାନେ ସୂଚନା ଦେଇଛନ୍ତି। ଏହା ମିଚିଗାନର ବେଣ୍ଟନ ହର୍ବୋରରେ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ଗଲ୍ଫ ଅପେକ୍ଷା ସର୍ବସାଧାରଣଙ୍କ ସ୍ବାସ୍ଥ୍ୟ ଅଧିକ ଗୁରୁତ୍ୱପୂର୍ଣ୍ଣ। ତେଣୁ ଆମକୁ ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟ ବାତିଲ କରିବାକୁ ହେଲା। ଅବଶ୍ୟ ଏହା ଦ୍ୱାରା ଆମେ ନିରାଶ ହୋଇଛୁ ବୋଲି ପିଜିଏ ଅଫ୍‌ ଆମେରିକା ଚିଫ୍‌ ସେଥ ଓ୍ବ କହିଛନ୍ତି।
୨୦୨୧ ସିନିୟର ପିଜିଏ ଚାମ୍ପିୟନଶିପ୍‌ ଏବେ ଓକ୍ଲାହୋମାର ସଦର୍ନ ହିଲ୍ସ କଣ୍ଟ୍ରି କ୍ଲବରେ ଖେଳାଯିବ। ତେବେ ଏହି ଚାମ୍ପିୟନଶିପ୍‌ ୨୦୨୨ରେ ହାରବୋର ଶୋର୍ସକୁ ପ୍ରତ୍ୟାବର୍ତ୍ତନ କରିବ ବୋଲି ସ୍ପଷ୍ଟ କରାଯାଇଛି। ଯେବେଠୁ କୋଭିଡ-୧୯ ଆମେରିକାରେ ମହାମାରୀ ରୂପ ନେଇଛି ସେବେଠାରୁ ଗଲ୍ଫ ସବୁଠାରୁ କ୍ଷତି ସହିଛି। ଏହାପୂର୍ବରୁ ୟୁଏସ୍‌ ପିଜିଏ, ୟୁଏସ୍‌ ଏଲ୍‌ପିଜିଏ ଓ ୟୁରୋପିଆନ ଟୁର ଟୁର୍ନାମେଣ୍ଟକୁ ବନ୍ଦ ରଖାଯାଇଛି। ସେହିପରି ମାଷ୍ଟର୍ସ ଓ ପିଜିଏ ଚାମ୍ପିୟନଶିପ୍‌କୁ ସ୍ଥଗିତ ରଖାଯାଇଛି। ଏବେ ଦୁଇଟି ମେଜର ଟୁର୍ନାମେଣ୍ଟ ଯଥା ୟୁଏସ୍‌ ଓପନ ଓ ବ୍ରିଟିଶ ଓପନ ଆୟୋଜନ ନେଇ ଆଶଙ୍କା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri