କୋଭିଡ-୧୯: ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ଲଣ୍ଡନ,୬ ।୪: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିଶ ଜନସନ କରୋନାରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି । ସୂଚନାଯୋଗ୍ୟ, ଗତ ମାସରେ ପ୍ରଧାନମନ୍ତ୍ରୀଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ ଅଲଗା ହୋଇ ଆଇସୋଲେଶନରେ ରହୁଥିଲେ । ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା କୁହାଯାଉଛି । ପୂର୍ବରୁ ଶୁଣିବାକୁ ମିଳିଥିଲା କି ଜନସନଙ୍କ ଗର୍ଭବତୀ ପତ୍ନୀ ମଧ୍ୟ କରୋନାରେ ପୀଡ଼ିତ ହୋଇଛନ୍ତି । ତେବେ କରୋନା ସଂକ୍ରମଣ ବ୍ରିଟେନ ରାଜ ପରିବାରରେ ପ୍ରବେଶ କରିଥିବା ବେଳେ ଏହା ପୂର୍ବରୁ ପ୍ରିନ୍ସ ଚାର୍ଲସ ମଧ୍ୟ କରୋନାରେ ପୀଡ଼ିତ ଥିବା ଜଣାପଡିଥିଲା ।

Share