କୋଭିଡ-୧୯: ୨ ବର୍ଷର ଦରମା ଦାନ କରିବେ ଗମ୍ଭୀର

ନୂଆଦିଲ୍ଲୀ,୨।୪(ପି.ଟି.): କୋଭିଡ-୧୯ ସଂକ୍ରମଣ ମୁକାବିଲାରେ ଏବେ କ୍ରିକେଟରରୁ ରାଜନେତା ହୋଇଥିବା ଗୌତମ ଗମ୍ଭୀର ସାମିଲ ହୋଇଛନ୍ତି। ସେ ଏବେ ପାର୍ଲାମେଣ୍ଟର ସଦସ୍ୟ ରହିଛନ୍ତି। ଏମ୍‌ପି ହିସାବରେ ସେ ତାଙ୍କର ଦୁଇବର୍ଷର ଦରମାର ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ପ୍ରଦାନ କରିବେ ବୋଲି କହିଛନ୍ତି। ଗୁରୁବାର ସେ ଏ ନେଇ ଘୋଷଣା କରିଛନ୍ତି। ଗତ ସାଧାରଣ ନିର୍ବାଚନରେ ସେ ଇଷ୍ଟ ଦିଲ୍ଲୀରୁ ଭାଜପା ଟିକେଟରେ ବିପୁଳ ବିଜୟ ହାସଲ କରିଥିଲେ। ଲୋକଙ୍କୁ କରୋନା ଭାଇରସ ମୁକାବିଲା ପାଇଁ ସହାୟତା ପ୍ରଦାନ କରିବାକୁ ଅଗୋଇ ଆସିବାକୁ ସେ ଟୁଇଟ୍‌ କରି ଆହ୍ବାନ ଦେଇଛନ୍ତି।
‘ଲୋକେ କୁହନ୍ତି ଦେଶ ମୋତେ କ’ଣ ଦେଇଛି। କିନ୍ତୁ ପ୍ରକୃତ କଥା ହେଉଛି ଦେଶକୁ ତୁମେ କ’ଣ ଦେଉଛ’ ବୋଲି ଗମ୍ଭୀର ପ୍ରଶ୍ନ କରିଛନ୍ତି। ଏବେ ଦୁଇ ବର୍ଷର ଦରମା ଦାନ କରିବାକୁ ଯାଉଛି ବୋଲି ଗମ୍ଭୀର ଟୁଇଟ୍‌ କରିଛନ୍ତି। ଏହା ପୂର୍ବରୁ ଗମ୍ଭୀର ତାଙ୍କ ଏମ୍‌ପିଲାଡ ଫଣ୍ଡରୁ ୧ କୋାଟି ଟଙ୍କା ଓ ଗୋଟିଏ ମାସର ଦରମା ଦାନ କରିଥିଲେ। ଉଲ୍ଲେଖଥାଉ କି, କୋଭିଡ-୧୯ କାରଣରୁ ଭାରତରେ ଏବେ ୫୦ ଜଣ ଲୋକ ପ୍ରାଣ ହରାଇଛନ୍ତି ଓ ୨,୦୦୦ ଲୋକ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?