Posted inଖେଳ

କୋଭିଡ-୧୯: ୩.୩ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କଲେ ଗଲ୍ଫର ଅର୍ଜୁନ

ନୂଆଦିଲ୍ଲୀ,୨୧।୪ (ପି.ଟି.): କୋଭିଡ୍‌-୧୯ ମୁକାବିଲା ପାଇଁ ଯୁବ ଗଲ୍ଫର ଅର୍ଜୁନ ଭଟ୍ଟି ପ୍ରୟାସ ଜାରି ରଖିଛନ୍ତି। ସେ ୩.୩ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛନ୍ତି। ନିଜର ଫଟା ବା ଛିଣ୍ଡା ଜୋତା ବିକ୍ରି କରି ସେ ଏହି ପରିମାଣର ଅର୍ଥ ସଂଗ୍ରହ କରିଛନ୍ତି। ୨୦୧୮ ଜୁନିୟର ବିଶ୍ୱ ଚାମ୍ପିୟନଶିପ୍‌ ଖେଳିବା ଅବସରରେ ସେ ଏହି ଜୋତା ପିନ୍ଧିଥିଲେ ଓ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଥିଲେ। ଗ୍ରେଟର ନୋଏଡାର ଏହି ୧୫ ବର୍ଷୀୟ ଗଲ୍ଫର ପୂର୍ବରୁ ମଧ୍ୟ ନିଜର ୧୦୨ଟି ଟ୍ରଫି ବିକ୍ରି କରି ୪.୩୦ ଲକ୍ଷ ଟଙ୍କା ସଂଗ୍ରହ କରିଥିଲେ ଓ ଏହାକୁ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ପ୍ରଦାନ କରିଥିଲେ। ଛିଣ୍ଡା ଯୋତା ବିକ୍ରି କରି ସେ ସଂଗ୍ରହ କରିଥିବା ୩,୩୦, ୦୦୦ ଟଙ୍କାକୁ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଦାନ କରିଛନ୍ତି ବୋଲି ଅର୍ଜୁନ କହିଛନ୍ତି। ଆମେ ରହୁ କି ନ ରହୁ ଆମ ଦେଶ ରହୁ। କରୋନା ଭାଇରସ ସଂକ୍ରମଣରୁ ସମସ୍ତଙ୍କୁ ବଞ୍ଚିବାକୁ ହେବ ବୋଲି ସେ ଟୁଇଟ୍‌ କରି ଜଣାଇଛନ୍ତି। ଅର୍ଜୁନ ପୂର୍ବରୁ ତାଙ୍କର ୩ଟି ଜୁନିୟର ଗଲ୍ଫ ଚାମ୍ପିୟନଶିପ୍‌ ଟାଇଟଲ ସହ ସବୁ ଟ୍ରଫି ବିକ୍ରି କରିଦେଇଥିଲେ। ଅବଶ୍ୟ ଏହି ଟ୍ରଫି ସବୁ ତାଙ୍କ ସମ୍ପର୍କୀୟ, ବନ୍ଧୁ ଓ ମାତାପିତା କ୍ରୟ କରିଥିଲେ। ପୂର୍ବରୁ ସଚିନ ତେନ୍ଦୁଲକର, ବିରାଟ କୋହଲି, ସୁନୀଲ ଗାଭାସ୍କର, ସୁରେଶ ରାଇନା, ମେରୀକମ୍‌, ପି.ଭି. ସିନ୍ଧୁ, ସୁଶୀଲ କୁମାର ଓ ଯୋଗେଶ୍ୱର ଦତ୍ତଙ୍କ ଭଳି ଖେଳାଳି ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଅର୍ଥ ଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri