Posted inଖେଳ

କୋଭିଡ-୧୯: ୭୧ ଲକ୍ଷ ଟଙ୍କା ପାଣ୍ଠି ସଂଗ୍ରହ କଲା ଆଇଓଏ

ନୂଆଦିଲ୍ଲୀ,୩।୪(ପି.ଟି.): କୋଭିଡ-୧୯ ମୁକାବିଲା ପାଇଁ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ୭୧ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ସବୁ ରାଜ୍ୟର ଅନୁବନ୍ଧିତ କ୍ରୀଡ଼ା ଆସୋସିଏଶନ ଓ ଜାତୀୟ କ୍ରୀଡ଼ା ଫେଡେରେଶନ (ଏନ୍‌ଏସ୍‌ଏଫ୍‌) ଗୁଡିକର ଅର୍ଥ ଦାନ କରିଛନ୍ତି। ଏହାକୁ ନେଇ ଆଇଓଏ ଏହି ପରିମାଣର ଅର୍ଥ ସଂଗ୍ରହ କରିଛି।
ଆଇଓଏ ଏଥିପାଇଁ ସବୁ ଏନ୍‌ଏସ୍‌ଏଫ୍‌ ଓ ରାଜ୍ୟ ଆସୋସିଏଶନଗୁଡିକୁ କୃତଜ୍ଞତା ଜଣାଇଛନ୍ତି। କରୋନା ଭାଇରସ ମୁକାବିଲା ପାଇଁ ଅର୍ଥ ଆବଶ୍ୟକ ହେଉଥିବା ବେଳେ ଏନ୍‌ଏସ୍‌ଏଫ୍‌ ଓ ଆସୋସିଏଶନଗୁଡିକର ଅର୍ଥ ଦାନ ବେଶ୍‌ ମହତ୍ତ୍ୱ ରଖୁଛି ବୋଲି ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହଟା କହିଛନ୍ତି। ଦେଶର ଏହି ଘଡି ସନ୍ଧି ମୁହୂର୍ତ୍ତରେ ପୂରା ଅଲିମ୍ପିକ୍‌ ପରିବାର ଏକାଠି ହେବା ବଡ଼ କଥା। ଏବେ ଆମକୁ ଆହୁରି ଦୃଢତାର ସହ ମୁକାବିଲା କରିବାକୁ ହେବ। ଏବେ ଆଇଓଏ ଏହି ପରିମାଣର ଅର୍ଥକୁ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ଦାନ ଦେବ ବୋଲି କୁହାଯାଇଛି।
କରୋନା ଭାଇରସ ସଂକ୍ରମଣରେ ସାରା ବିଶ୍ୱରେ ଏପର୍ଯ୍ୟନ୍ତ ୫୩,୦୦୦ ଲୋକ ପ୍ରାଣ ହରାଇଲେଣି। କେବଳ ଭାରତରେ ୫୬ଜଣ ଲୋକ ଏହି ଭାଇରସ୍‌ ଦ୍ୱାରା ପ୍ରାଣ ହରାଇଛନ୍ତି ଓ ୨,୦୦୦ ଲୋକ ସଂକ୍ରମିତ ହୋଇଛନ୍ତି। ବିଭିନ୍ନ କ୍ରୀଡ଼ାବିତ୍‌ ଏହି ଭାଇରସ ମୁକାବିଲାରେ ସାମି ଅର୍ଥ ପ୍ରଦାନ କରିଛନ୍ତି। ସେମାନଙ୍କ ମଧ୍ୟରେ ରହିଛନ୍ତି ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି, କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ, ଆଥଲେଟନ ନୀରଜ ଚୋପ୍ରା ଓ ହିମା ଦାସ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri