କୋଭିଡ- ୧୯: ୮୦ ଲକ୍ଷ ଟଙ୍କା ଦେଲେ ରୋହିତ

ମୁମ୍ବାଇ,୩୧।୩(ପି.ଟି.): କୋଭିଡ- ୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୮୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଭୟଙ୍କର ସ୍ବାସ୍ଥ୍ୟ ସଙ୍କଟରୁ ସମସ୍ତଙ୍କୁ ମୁକୁଳାଇବା ହେଉଛି ସମସ୍ତଙ୍କର ଦାୟିତ୍ୱ ବୋଲି ସେ କହିଛନ୍ତି। ଭାରତୀୟ ଦିନିକିଆ ଦଳରେ ଉପ-ଅଧିନାୟକ ଥିବା ରୋହିତ ୪୫ ଲକ୍ଷ ଟଙ୍କା ପ୍ରଧାନମନ୍ତ୍ରୀଙ୍କ କେୟାର ଫଣ୍ଡକୁ ଦାନ ଦେଇଥିବାବେଳେ ୨୫ ଲକ୍ଷ ଟଙ୍କା ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପଣ୍ଡକୁ ପ୍ରଦାନ କରିଛନ୍ତି। ସେ ମଧ୍ୟ ୫ ଲକ୍ଷ ଟଙ୍କା ‘ଜୋମାଟୋ ଫିଡିଂ ଇଣ୍ଡିଆ’ ପ୍ରଦାନ କରିଛନ୍ତି। ଦେଶରେ ଚାଲିଥିବା ଲକ୍‌ ଡାଉନ୍‌ କାରଣରୁ ପ୍ରଭାବିତ ହେଉଥିବା ପରିବାରଙ୍କୁ ଜୋମାଟୋ ସହାୟତା ପ୍ରଦାନ କରୁଛି। ସେହିପରି ବୁଲା କୁକୁରଙ୍କ କଲ୍ୟାଣ ପାଇଁ ସେ ୫ ଲକ୍ଷ ଟଙ୍କା ପ୍ରଦାନ କରୁଛନ୍ତି। ଟୁଇଟ୍‌ କରି ରୋହିତ ମଙ୍ଗଳବାର ସକାଳେ ଏ ବିଷୟରେ ସୂଚନା ଦେଇଛନ୍ତି।
ରୋହିତଙ୍କ ପୂର୍ବରୁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର, ସୁରେଶ ରାଇନା, ଅଜିଙ୍କ୍ୟ ରାହାନେ ଓ ଅନ୍ୟମାନେ ଦେଶରେ ଏହି ବପତ୍ତିରେ ଅର୍ଥଦାନ କରିଛନ୍ତି। କୋଭିଡ-୧୯ରେ ମହରାଷ୍ଟ୍ର ଦେଶର ସବୁଠାରୁ ପ୍ରଭାବିତ ରାଜ୍ୟ ସାବ୍ୟସ୍ତ ହୋଇଛି। ମଙ୍ଗଳବାର ସକାଳ ସୁଦ୍ଧା ରାଜ୍ୟରେ ୨୨୫ଜଣ ବ୍ୟକ୍ତି ଏହି ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଭାରତରେ ଏପର୍ଯ୍ୟନ୍ତ ଏଥିରେ ୩୨ଜଣ ଲୋକ ପ୍ରାଣ ହରାଇଲେଣି। ସୋମବାର ରାତି ସୁଦ୍ଧା ୧,୨୫୧ ଜଣ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri