Posted inଖେଳ

କୋରାନା ନେଲା କିମ୍ବଦନ୍ତୀ ଫୁଟବଲଙ୍କ ଜୀବନ

ଲଣ୍ଡନ,୨୬।୩- ମାରାତ୍ମକ କରୋନା ଭାଇରସ ଯୋଗୁ ସୋମାଲିଆର କିମ୍ବଦନ୍ତୀ ଫୁଟବଲ ଖେଳାଳି ଅବଦୁଲକାଦିର ମହମ୍ମଦ ଫାରାଙ୍କ ମୃତ୍ୟୁ ଘଟିଛି। ଏ ନେଇ କନଫେଡେରେଶନ ଅଫ୍‌ ଆଫ୍ରିକାନ ଫୁଟବଲ (ସିଏଏଫ୍‌) ଓ ସୋମାଲିଆ ଫୁଟ୍‌ବଲ ଫେଡେରେଶନ (ଏସ୍‌ଏଫ୍‌ଏଫ୍‌) ପକ୍ଷରୁ ଘୋଷଣା କରାଯାଇଛି। ଗତ ସପ୍ତାହରେ କରୋନାରେ ପୀଡ଼ିତ ଥିବା ଜଣାପଡ଼ିବା ପରେ ୫୯ ବର୍ଷୀୟ ଫାରା ନର୍ଥଓ୍ବେଷ୍ଟ ଲଣ୍ଡନ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଖେଳ କ୍ୟାରିୟରର ଶେଷ କରିବା ପରେ ଫାରା ସୋମାଲିଆର ଯୁବ ଓ କ୍ରୀଡ଼ା ମନ୍ତ୍ରଣାଳୟର ଆଡଭାଇଜର ଭାବେ କାର୍ଯ୍ୟ କରୁଥିଲେ। ସୋମାଲିଆର ରାଜଧାନୀ ମୋଗାଦୁଶୁଠାରୁ ୩୪୨ କି.ମି. ଦୂର ବେଲେଡଓ୍ବେନଠାରେ ୧୯୬୧ ଫେବୃୟାରୀ ୧୫ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ୧୯୮୦ରେ ସେ ବାଟରୁକା ଫୁଟ୍‌ବଲ କ୍ଲବ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବାବେଳେ ଲୋକପ୍ରିୟତା ହାସଲ କରିଥିଲେ। ଫାରା ପ୍ରଥମ ଆଫ୍ରିକାନ ଫୁଟବଲ ଖେଳାଳି ଭାବେ କରୋନା ଭାଇରସରେ ପ୍ରାଣ ହରାଇଛନ୍ତି। ଏହା ଭାଇରସ ଜନିତ ମୃତ୍ୟୁ ସଂଖ୍ୟା ୧୯ ହଜାରରେ ପହଞ୍ଚିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri