କୋରାପୁଟରେ କଫି ପ୍ରକ୍ରିୟାକରଣ କେନ୍ଦ୍ରର ଉଦ୍‌ଘାଟନ ନେଇ ସମସ୍ତ ପ୍ରସ୍ତୁତି ଶେଷ

କୋରାପୁଟ,୧୦।୯(ସ୍ବ.ପ): କୋରାପୁଟ ଚନ୍ଦନ ପୋଖରୀ ନିକଟରେ ଥିବା କଫି ପ୍ରକ୍ର୍ରିୟାକରଣ କେନ୍ଦ୍ର ଆସନ୍ତା ବୁଧବାର ଉଦ୍‌ଘାଟିତ ହେବାର ରହିଛି। ଏଥିନିମନ୍ତେ କୋରାପୁଟ ଆଇଟିଡିଏ ପକ୍ଷରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଥିବା ସହକାରୀ କଫି ଉପନିର୍ଦ୍ଦେଶକ ଡା. ଦୟାନିଧି ବାଘ ମଙ୍ଗଳବାର ସୂଚନା ଦେଇଛନ୍ତି। ପ୍ରାୟ ୫୦ ଲକ୍ଷ ଟଙ୍କା ବ୍ୟୟରେ ସ୍ଥାନୀୟ ଚନ୍ଦନ ପୋଖରୀ ନିକଟରେ ଥିବା ଆଦିବାସୀ ଉନ୍ନୟନ ନିଗମ କେନ୍ଦ୍ରଠାରେ ଏହି ୟୁନିଟ ଖୋଲାଯିବ ବୋଲି ଜଣାଯାଇଛି। ଏଥିରେ ଲଗାଯାଇଥିବା ଉନ୍ନତମାନର ମେଶିନ ଯୋଗେ କଫି ମଞ୍ଜି ଭଜାଯିବାଠାରୁ ଆରମ୍ଭକରି ବିଭିନ୍ନ ସ୍ବାଦର କଫି ପାନୀୟ ପ୍ରସ୍ତୁତ କରିବା ପର୍ଯ୍ୟନ୍ତ ସମସ୍ତ ପ୍ରକ୍ରିୟା ରହିଛି। କୋରାପୁଟ କଫି ଉନ୍ନୟନ ପରିଷଦ, କଫି ବୋର୍ଡ ଓ ଟିଡିସିସି ମିଳିତ ଆନୁକୂଲ୍ୟରେ ମଙ୍ଗଳବାର ଏହି କଫି ପ୍ରକ୍ରିୟା ୟୁନିଟର ସଫଳ ପରୀକ୍ଷଣ ହୋଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଦେବେନ ପ୍ରଧାନ, କଫି ବୋର୍ଡର ବରିଷ୍ଠ ଲୋକ ସମ୍ପର୍କ ଅଧିକାରୀ ଆଶିଷ ରାଉତଙ୍କ ସମେତ ଅନ୍ୟ ଅଧିକାରୀ ଉପସ୍ଥିତ ଥିଲେ। ଓଡିଶାରେ ପ୍ରଥମ ଥର ପାଇଁ ଏହି ୟୁନିଟର ସଫଳ ପରୀକ୍ଷଣ କୋରାପୁଟ କଫିର ବ୍ରାଣ୍ଡିଙ୍ଗ କରିବା ଦିଗରେ ସହାୟକ ହେବ ବୋଲି ଅତିରିକ୍ତ ଜିଲାପାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri