କୋରାପୁଟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ଜାତୀୟ ଲୋକ ଅଦାଲତକୁ ବନ୍ଦ କଲେ ଆଇନଜୀବୀ

ଜୟପୁର, ୧୪।୯(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲଙ୍କ କୋର୍ଟ ବର୍ଜନ ଆନ୍ଦୋଳନ ଡିସେମ୍ବର ୪ରୁ ଚାଲୁ ରହିଛି। ଦୀର୍ଘ ୧୦ମାସ ହେବ ଏହି ଦାବିନେଇ ଆନ୍ଦୋଳନ ଜାରି ରହିଥିବା ବେଳେ ଶନିବାର ଜାତୀୟ ଲୋକ ଅଦାଲତକୁ ମଧ୍ୟ ଆଇନଜୀବୀମାନେ ବନ୍ଦ କରିଛନ୍ତି। ଅବିଭକ୍ତ କୋରାପୁଟ ଜିଲାର ୧୩ ବାର୍‌ ତରଫରୁ ଏହି ଜାତୀୟ ଅଦାଲତକୁ ବନ୍ଦ କରାଯାଇଛି। ଅଦାଲତ ବନ୍ଦ ଯୋଗୁ ଆପୋସ ସମାଧାନ, ମୋଟର ଯାନ ଦୁର୍ଘଟଣା ମାମଲା, କ୍ଷତି ପୂରଣ, ଜମି ଜମା ମାମଲା, ବ୍ୟାଙ୍କ ଋଣ, ଚେକ୍‌ ବାଉନ୍ସ ଆଦି ବହୁ ମାମଲାର ସମାଧାନ ହୋଇପାରି ନାହିଁ। ଆଇନଜୀବୀଙ୍କ ଆନ୍ଦୋଳନ ଯୋଗୁ ଦୂରଦୂରାନ୍ତରୁ ଆସିଥିବା ମହକିଲମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଆନ୍ଦୋଳନ ଆସନ୍ତା ଅକ୍ଟୋବର ୨୧ ଯାଏ କୋର୍ଟ ବର୍ଜନ କରିବାକୁ ନିଷ୍ପତ୍ତି ହୋଇଛି ା ଏହି ଭିତରେ ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀ ସଂଘକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆୟୋଜିତ ହେବ। ସମସ୍ତ ଏମ୍‌ପି, ବିଧାୟକ ସର୍ବଦଳୀୟ ନେତା, ଆଇନଜୀବୀଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଦାବି ପୂରଣ ପାଇଁ ଚାପ ପକାଇବା ସହ ରାଜ୍ୟ ବାର୍‌ କାଉନସିଲକୁ ମଧ୍ୟ ଦାବିପତ୍ର ଦେବା ନେଇ ନିଷ୍ପତ୍ତି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକଙ୍କ ଗହଣରେ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri