କୋରାପୁଟରେ ହେବ ସିପେଟ୍‌

ଭୁବନେଶ୍ୱର, ୩୦-୧୦(ବ୍ୟୁରୋ):ଭୁବନେଶ୍ୱର ଭଳି କୋରାପୁଟରେ ସିପେଟ୍‌ (ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ଅଫ୍‌ ପ୍ଲାଷ୍ଟିକ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି) ପ୍ରତିଷ୍ଠା ହେବ ବୋଲି କହିଛନ୍ତି ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ ରସାୟନ ଏବଂ ପେଟ୍ରୋକେମିକାଲ୍ସ ବିଭାଗ ସଚିବ ପି. ରାଘବେନ୍ଦ୍ର ରାଓ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଲୋକ ସେବା ଭବନଠାରେ ମଙ୍ଗଳବାର ଅନୁଷ୍ଠିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ରାଓ ଯୋଗଦେଇ ଏହା କହିଥିଲେ। ପାରାଦୀପର ପେଟ୍ରୋଲିୟମ୍‌, କେମିକାଲ୍ସ ଓ ପେଟ୍ରୋକେମିକାଲ୍ସ ପୁଞ୍ଜିନିବେଶ ଅଞ୍ଚଳ (ପିସିପିଆଇଆର୍‌) ଏକ ବିଶ୍ୱସ୍ତରୀୟ ପ୍ରକଳ୍ପ ବୋଲି ରାଓ କହିଛନ୍ତି। ପାରାଦୀପ ପିସିପିଆଇଆର୍‌ ପ୍ରକଳ୍ପ ୨୮୪ ବର୍ଗ କି.ମି. ଅଞ୍ଚଳକୁ ନେଇ ବିକାଶ କରାଯାଉଛି। ଏଥିଲାଗି ମୌଳିକ ଭିତ୍ତିଭୂମି କାର୍ଯ୍ୟ ତ୍ୱରିତ ବେଗରେ କରାଯାଉଛି ବୋଲି ଶିଳ୍ପ ବିଭାଗ ସଚିବ ହେମନ୍ତ ଶର୍ମା ଜଣାଇଛନ୍ତି। ଏଥିପାଇଁ ପରିବେଶ ଅନୁମତି ସହ ଅନ୍ୟାନ୍ୟ ବୈଧାନିକ ଅନୁମତି ପ୍ରକ୍ରିୟାକୁ କେନ୍ଦ୍ରୀୟସ୍ତରରେ ତ୍ୱରାନ୍ବିତ କରାଇବା ପାଇଁ ଶର୍ମା ଅନୁରୋଧ କରିଛନ୍ତି। ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମାର ସିଂ କହିଛନ୍ତି, କୋରାପୁଟ ଜିଲାରେ ସିପେଟ୍‌ର କ୍ୟାମ୍ପସ ପ୍ରତିଷ୍ଠାର ଆବଶ୍ୟକତା ରହିଛି। ଏ ସମ୍ପର୍କିତ ପ୍ରସ୍ତାବକୁ କେନ୍ଦ୍ରୀୟ ସଚିବ ନୀତିଗତ ଭାବେ ଅନୁମୋଦନ କରିଛନ୍ତି। ଏଥିପାଇଁ ସ୍ବତନ୍ତ୍ର ପ୍ରକଳ୍ପ ପ୍ରସ୍ତାବ ପଠାଇବା ଲାଗି କହିଛନ୍ତି। ଏହାସହ ଜଟଣୀରେ ସିପେଟ୍‌ର ଏକ ଉଚ୍ଚସ୍ତରୀୟ ଶିକ୍ଷା ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ସମ୍ବନ୍ଧୀୟ ବିଷୟ ବୈଠକରେ ଆଲୋଚନା ହୋଇଛି। ଏଥିପାଇଁ ସରକାର ୧୫ ଏକର ଜମି ଯୋଗାଇ ଦେଇଛନ୍ତି ବୋଲି ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଜଣାଇଛନ୍ତି। ଆନ୍ତର୍ଜାତିକ ପୁଞ୍ଜିନିବେଶକୁ ଆକର୍ଷିତ କରିବା ପାଇଁ ନଭେମ୍ବର ୧୧ ଏବଂ ୧୨ରେ ମୁମ୍ବାଇରେ ଏକ ଆନ୍ତର୍ଜାତିକ ପେଟ୍ରୋକେମିକାଲ୍ସ ସମ୍ମିଳନୀ ହେବ। ଏଥିରେ ଅଂଶଗ୍ରହଣ କରିବା ଲାଗି କେନ୍ଦ୍ରୀୟ ସଚିବ ଅନୁରୋଧ କରିଛନ୍ତି। ଉକ୍ତ ସମ୍ମିଳନୀରେ ଯୋଗଦେଇ ପାରାଦୀପରେ ଥିବା ପ୍ଲାଷ୍ଟିକ ପାର୍କ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଉପସ୍ଥାପନ କରିବା ପାଇଁ ଶିଳ୍ପ ବିଭାଗ ଏବଂ ଇଡ୍‌କୋକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୪ ରାଶିର ଫିଟିବ ଭାଗ୍ୟ: ଏପ୍ରିଲ ୧୧ରୁ ମିଳିବ ବଡ଼ ସଫଳତା

ନୂଆଦିଲ୍ଲୀ,୧୦।୪: ମୀନ ରାଶିରେ ବୁଧଙ୍କ ଗୋଚର ଏପରି ଏକ ସମୟ, ଯେଉଁଠାରେ ଲୋକଙ୍କର ଚିନ୍ତା ଶକ୍ତି ଭାବନା ଏବଂ କଳ୍ପନା ଦ୍ୱାରା ପ୍ରଭାବିତ ହେବ। ୧୧ ଏପ୍ରିଲ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ସରକାରଙ୍କ ବଡ଼ ଘୋଷଣା: ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା

ଭୁବନେଶ୍ୱର,୧୦।୪: ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ ଚିକିତ୍ସା। ପ୍ରଧାନମନ୍ତ୍ରୀ ରାହତ୍‌ ଯୋଜନା ମାଧ୍ୟମରେ ମାଗଣା ଚିକିତ୍ସା ମିଳିବ। ଏନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲା SP,…

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri