କୋରାପୁଟରେ ୮୭୦.୮ ମିମି ବର୍ଷା

କୋରାପୁଟ,୯।୮(ସ୍ବ.ପ୍ର.):କୋରାପୁଟ ଜିଲାରେ ଗତ ସୋମବାର ୮୭୦.୮ ମିମି ବର୍ଷା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୧୯୪ ମିମି ବର୍ଷା ହୋଇଥିବାବେଳେ ଲକ୍ଷ୍ମୀପୁର ବ୍ଲକରେ ସର୍ବନିମ୍ନ ୬ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୋମବାର ରେକର୍ଡ କରାଯାଇଛି। ଏହି ରେକର୍ଡ ଅନୁଯାୟୀ ଜିଲାର ପଟ୍ଟାଙ୍ଗୀ ବ୍ଲକରେ ୧୪୯, ବୋରିଗୁମ୍ମାରେ ୯୨.୮, କୁନ୍ଦ୍ରାରେ ୮୦.୮, ବୈପାରିଗୁଡାରେ ୭୦ ମିମି, ଲମତାପୁଟରେ ୫୨.୪ ମିମି ବର୍ଷା ରେକର୍ଡ କରାଯାଇଛି। କୋରାପୁଟ ବ୍ଲକରେ ୪୦.୪ମିମି, ଜୟପୁରରେ ୩୯.୮, ସେମିଳିଗୁଡାରେ ୭୧, ବନ୍ଧୁଗାଁରେ ୧୬ ମିମି , ନାରାୟଣପାଟଣାରେ ୯.୬ମିମି , ନନ୍ଦପୁର ବ୍ଳକରେ ୪୧ ମିମି, ଦଶମନ୍ତପୁର ବ୍ଲକରେ ୮ ମିମି ବର୍ଷା ହୋଇଥିବା ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ବର୍ଷା ଯୋଗୁ କୋରାପୁଟ ଜିଲାର ସେମିଳିଗୁଡା ବ୍ଲକର ୪ଟି ଘର ଭାଙ୍ଗିଯାଇଥିବା ସୋମବାର ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାପଡିଛି। କୋରାପୁଟ ଜିଲାରେ ଗତ ୩ଦିନ ଧରି ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବାବେଳେ ଏଥିଯୋଗୁ ଜିଲାର ତେଲେଙ୍ଗିରି ଜଳ ଭଣ୍ଡାରର ଜଳସ୍ତର ୬୨୭ ମିଟରକୁ ବୃଦ୍ଧି ପାଇଛି। କୋଲାବ ଜଳଭଣ୍ଡାର ଜଳସ୍ତର ୮୪୮.୬୬ ମିଟରକୁ ବୃଦ୍ଧି ପାଇଛି । ସେହିପରି ଅପର ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳସ୍ତର ୬୩୩.୨୪ ମିଟରକୁ ବୃଦ୍ଧି ପାଇଥିବା ଖବର ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri