କୋରାପୁଟର ୪ସ୍ଥାନରେ ଆନ୍ତଃରାଜ୍ୟ ସୀମା ସିଲ

ଜୟପୁର,୨୫।୩ (ନି.ପ୍ର./ଡି.ଏନ୍‌.ଏ.): କୋରାପୁଟ ଜିଲାକୁ ସଂଯୋଗ କରୁଥିବା ପୋଡଶୀ ଛତିଶଗଡ ଏବଂ ଆନ୍ଧ୍ରପ୍ରଦେଶର ସମସ୍ତ ରାସ୍ତାକୁ ପୋଲିସ ସିଲ କରଛି। ମଙ୍ଗଳବାର ମଧ୍ୟରାତ୍ରି ୧୨ଟାରୁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହାପରେ କୋରାପୁଟ ଏସ୍‌ପି ମୁକେଶ କୁମାର ଭାମୋଙ୍କ ନିର୍ଦ୍ଦେଶକ୍ରମେ ଛତିଶଗଡକୁ ସଂଯୋଗ କରୁଥିବା ୨୬ ନମ୍ବର ଜାତୀୟ ରାଜପଥକୁ କୋଟପାଡ ଥାନା ଚାନ୍ଦିଲିଠାରେ ସିଲ୍‌ କରାଯାଇଛି। ସେହିପରି ଆନ୍ଧପ୍ରଦେଶକୁ ସଂଯୋଗ କରୁଥିବା ୨୬ ନମ୍ବର ଜାତୀୟ ରାଜପଥକୁ ପଟାଙ୍ଗୀ ଥାନା ସୁଙ୍କି, ପାଡୁଆ ଥାନା ସଦର ଏବଂ ବନ୍ଧୁଗାଁ ଥାନା ନିକଟରେ ସିଲ କରାଯାଇଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ଅନ୍ୟ ଜରୁରୀକାଳିନସ୍ଥିତିରେ ଯାତାୟାତକୁ ଅନୁମତି ଦିଆଯାଉଛି। ଜିଲାର ବୋରିଗୁମ୍ମାରେ ଏସ୍‌ପି ଭାମୋଙ୍କ ଉପସ୍ଥିତିରେ ରାସ୍ତା ସିଲ୍‌ କରାଯାଇଥିଲା। ସେହିପରି କୁନ୍ଦୁରା, ବୈପାରୀଗୁଡା, ଜୟପୁର ଆଦି ସ୍ଥାନରେ ପୋଲିସ ଉପସ୍ଥିତିରେ ଲକ୍‌ଡାଉନ କରାଯାଇଛି। କେବଳ କାଁ ଭାଁ ଗାଡି ଚଳାଚଳ କରୁଛି। ଅନ୍ୟପକ୍ଷରେ ଜରୁରୀ ସାମଗ୍ରୀ, ପନିପରିବା, ଔଷଧ ଦୋକାନରେ ନିୟମାନୁଯାୟୀ ଦୂରତା ରଖିବାକୁ ଗ୍ରାହକଙ୍କୁ ପୋଲିସ ସଚେତନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri