କୋରାପୁଟ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ

ଜୟପୁର,୩୧।୧୨(ଡି.ଏନ.ଏ)ରାଜ୍ୟର ଅନ୍ୟତମ ପୁରାତନ ଜୟପୁର ଆକାଶବାଣୀ କେନ୍ଦ୍ର ଜାତୀୟସ୍ତରରେ ପୁରସ୍କୃତ ହୋଇଛି ା ଗତ ମଙ୍ଗଳବାର ଦିଲ୍ଲୀ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ୪୪ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ମୁଖ୍ୟଅତିଥି ଭାବେ ଯୋଗ ଦେଇ ଦୁଇଟି ପୁରସ୍କାର ପ୍ରଦାନ କରିଥିଲେ ା ୨୦୧୬ ନିମନ୍ତେ ଶ୍ରେଷ୍ଠ ଶିଶୁ କାର୍ଯ୍ୟକ୍ରମ ଲାଗି ଜୟପୁର କେନ୍ଦ୍ରର ବରିଷ୍ଠ ଉଦ୍‌ଘୋଷକ ରଞ୍ଜନ ବେହେରା ପୁରସ୍କାର ଗ୍ରହଣ କରିଥିଲେ ା ସେହିପରି ୨୦୧୭ରେ ଲୋକସେବା ପ୍ରସାରଣ ନିମନ୍ତେ ପ୍ରଯୋଜକ ଜଗଦିଶ ଅଧିକାରୀଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ଦିଲ୍ଲୀଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରସାର ଭାରତୀ ଅଧ୍ୟକ୍ଷ ଏ. ସୂର୍ଯ୍ୟପ୍ରକାଶ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଶିଶଶେଖର ଭୀମପତି, ମହାନିର୍ଦ୍ଦେଶକ ଏଫ. ଶେହରିୟାର ପ୍ରମୁଖ ଉପସ୍ଥିତ ଥିଲେ ା ଜୟପୁର ଆକାଶବାଣୀ କେନ୍ଦ୍ର ୧୯୮୭ରୁ ଲଗାତର ପ୍ରତ୍ୟେକବର୍ଷ ପୁରସ୍କାର ପାଉଥିବା ଜଣାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri