କୋରାପୁଟ ମେଡିକାଲ : ବିଜୁଳି ଗଲେ ଟର୍ଚ୍ଚ ଲାଇଟରେ ଚିକିତ୍ସା

କୋରାପୁଟ,୨ା୬(ସ୍ବ.ପ୍ର.)କୋରାପୁଟ ମେଡିକାଲ ବର୍ତ୍ତମାନ ବିଭିନ୍ନ ସମସ୍ୟା ଘେରରେ ଚାଲିଛି। କେତେବେଳେ ମେଡିକାଲରେ ବିଦ୍ୟୁତ କଟିଗଲେ ମେଡିକାଲ ସେବା ଟର୍ଚ୍ଚ ଲାଇଟରେ କରାଯାଉଛି ତ ପୁଣି କେତେବେଳେ ବିଭିନ୍ନ ବିଭାଗ ଥାଇ ମଧ୍ୟ ଡାକ୍ତରଙ୍କ ଅନୁପସ୍ଥିତି ଯୋଗୁ ରୋଗୀ ଉପଯୁକ୍ତ ସେବା ପାଇପାରୁ ନାହାନ୍ତି। କେତେବେଳେ ମେଡିକାଲରେ ଅଲଟ୍ରାସାଉଣ୍ଡ ସମେତ ବହୁ ମୂଲ୍ୟବାନ ଯନ୍ତ୍ରପାତି ଖରାପ ହେବା ଯୋଗୁ ଦୂର ଦୂରାନ୍ତରୁ ଆସୁଥିବା ରୋଗୀ ଏଠାରେ ଭର୍ତ୍ତି ହେବା ପରେ ସେମାନଙ୍କୁ ବିଶାଖାପାଟଣା ନଚେତ ବ୍ରହ୍ମପୁର ଯିବାକୁ କୁହାଯାଉଛି। ମେଡିକାଲକୁ ଆସୁଥିବା ଶହ ଶହ ରୋଗୀ ଓ ତାଙ୍କ ସମ୍ପର୍କୀୟ ଏଭଳି ଅଭିଯୋଗ କରୁଛନ୍ତି।
କିଛି ଦିନ ହେଲା ମେଡିକାଲ କଲେଜରେ ରୋଗୀଙ୍କ ପାଇଁ ଆବଶ୍ୟକ ପରିମାଣରେ ଷ୍ଟ୍ରେଚର ଓ ହୁଇଲ ଚେୟାରର ଘୋର ଅଭାବ ରହିଥିବା ବେଳେ ରୋଗୀଙ୍କୁ କାନ୍ଧେଇ ମେଡିକାଲ ଭିତରକୁ ନେଉଛନ୍ତି ସମ୍ପର୍କୀୟ। ଗୁରୁତର ରୋଗୀଙ୍କୁ ଦୁଇ ତିନି ଜଣ ଲୋକ ବୋହି ଡାକ୍ତରଙ୍କ ପାଖକୁ ନେଉଛନ୍ତି। ଡାକ୍ତରଙ୍କ ପାଖରେ ଅଧିକ ଭଡ଼ି ଥିଲେ, ରୋଗୀ ଜଣଙ୍କୁ ତଳେ ଶୁଆଇବାକୁ ପଡୁଛି। ଏହି ମେଡିକାଲକୁ ଦୈନନ୍ଦିନ କୋରାପୁଟ ସମେତ ଜିଲା ବାହାରୁ ତଥା ପଡ଼ୋଶୀ ଛତିଶଗଡ଼ ଅଞ୍ଚଳର ହଜାର ହଜାର ରୋଗୀ ଆସୁଛନ୍ତି। କିନ୍ତୁ ମେଡିକାଲରେ ରହିଥିବା ବିଭିନ୍ନ ସମସ୍ୟା ପାଇଁ ସେମାନଙ୍କୁ ଉଚିତ୍‌ ସେବା ମିଳୁପାରୁ ନାହିଁ। ମେଡିକାଲରେ ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ସୁବିଧା ନ ଥିବାରୁ ରୋଗୀଙ୍କୁ ବ୍ରହ୍ମପୁର ନଚେତ ବିଶାଖାପାଟଣା ରେଫର କରାଯାଉଛି। ସେହିପରି ମେଡିକାଲରେ ଥିବା ୩ଟି ଡିଜିସେଟ୍‌ରୁ ବର୍ତ୍ତମାନ ୨ଟି ଖରାପ ହୋଇଥିବାରୁ ବିଜୁଳି ଗଲେ ବେଳେବେଳେ ଡାକ୍ତରଙ୍କୁ ଅନ୍ଧାରରେ ରୋଗୀଙ୍କ ଚିକିତ୍ସା କରିବାକୁ ପଡୁଛି। ମେଡିକାଲ କଲେଜର ଡିନ୍‌ କୃଷ୍ଣଚନ୍ଦ୍ର ବିଶ୍ୱାଳ ଓ ମେଡିକାଲ ଅଧୀକ୍ଷକଙ୍କୁ ବହୁବାର ଏହି ସମସ୍ୟା ଉପରେ ଅବଗତ କରାଯାଇଥିଲେ ମଧ୍ୟ ଏହାର ସମାଧାନ ପ୍ରତିଶ୍ରୁତି ମିଳୁଛି ସତ, କିନ୍ତୁ ସମାଧାନ ହେଉନାହିଁ। ଅନ୍ୟପକ୍ଷରେ ମେଡିକାଲ କଲେଜର ସମସ୍ୟା ନେଇ ଆଗାମୀ ବିଧାନସଭା ଅଧିବେଶନରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ନିୟମଗିରିରେ ଡଙ୍ଗରିଆଙ୍କ ମେଳି,ଦାବି ପୂରଣ ନ ହେଲେ ଭୋଟ ବର୍ଜନ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ନିୟମଗିରି ଅଞ୍ଚଳର ପ୍ରାୟ ୩୮ଖଣ୍ଡ ଗାଁର ଶତାଧିକ ଡଙ୍ଗରିଆ ମହିଳାପୁରୁଷ ନିୟମଗିରି ଅଞ୍ଚଳର ପାରସାଲି ପଞ୍ଚାୟତ ନିକଟରେ ଏକତ୍ରିତ ହୋଇଥିଲେ। ଉକ୍ତ...

ରାୟଗଡ଼ାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ରାୟଗଡ଼ା,୨୧।୪(ଆଶିଷ ରଞ୍ଜନ ପଣ୍ଡା)ଆଗାମୀ ସାଧାରଣ ନିର୍ବାଚନରେ ୩ ପ୍ରମୁଖ ଦଳ ନିଜ ନିଜର ହେଭିୱେଟ୍‌ ନେତାଙ୍କୁ ନେଇ ଅଞ୍ଚଳରେ ପ୍ରଚାର ପାଇଁ ଯୋଜନା ଚଳାଇଛନ୍ତି। ତେବେ...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

ନଳକୂପରୁ ବାହାରୁନି ପାଣି, ଝରଣା ଭରସା

ରାୟଗଡ଼ା,୮।୪(ଆଶିଷ ରଞ୍ଜନ ପଣ୍ଡା): ଗ୍ରୀଷ୍ମଋତୁ ଆରମ୍ଭରୁ ରାୟଗଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଉତ୍କଟ ହେବାରେ ଲାଗିଛି। ସ୍ବାଧୀନତାର ୭୫ ବର୍ଷ ପରେ ଆଜି ବି...

ଜିଲା ବିଜେଡିରେ ବଡ଼ ପରିବର୍ତନ, ଭେଟରାନ ନେତାଙ୍କୁ ସଭାପତି ଦାୟିତ୍ୱ

ରାୟଗଡା,୫।୪(ଆଶିଷ ରଞ୍ଜନ ପଣ୍ଡା): ନିର୍ବାଚନକୁ ଆଉ ମାସେ ସମୟ ରହିଥିବା ବେଳେ ଜିଲା ବିଜେଡିରେ ପରିବର୍ତନ । ଯାହାକୁ ନେଇ ଜିଲାରେ ହଟଚମଟ ସୃଷ୍ଟି ହୋଇଛି...

ଦାଦା-ପୁତୁରା, ଅଜା-ନାତି ଲଢ଼େଇ

ଗୁଣପୁର,୫ା୪ (ପ୍ରଦୀପ କୁମାର ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। ବିଜେଡି ପକ୍ଷରୁ ରଘୁନାଥ...

କଂଗ୍ରେସ ତାଲିକାରୁ ଗମାଙ୍ଗ ପରିବାର ବାଦ୍‌

ଗୁଣପୁର,୩ା୪ (ପ୍ରଦୀପ କୁମାର ପାଢ଼ୀ):କଂଗ୍ରେସ ଏବଂ ଭାଜପା ପକ୍ଷରୁ ରାୟଗଡା ଜିଲା ଗୁଣପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି। ୩ ପ୍ରମୁଖ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri