Posted inଜାତୀୟ

କୋର୍ଟରେ ବାଜିଲା ଚିଦାମ୍ବରମଙ୍କ ଫୋନ: ଜଜ୍‌ କହିଲେ, ‘ନ୍ୟାୟିକ କାର୍ଯ୍ୟରେ ବାଧା ଦେଲେ ଜବତ ହୋଇପାରେ ମୋବାଇଲ’

ଅହମ୍ମଦାବାଦ,୨୧।୬: ଗୁଜରାଟ ହାଇକୋର୍ଟରେ ୨୦୧୭ ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ସହ ଭାଜପା ନେତାଙ୍କ ଓକିଲ ମଧ୍ୟରେ ପ୍ରଶ୍ନ ଉତ୍ତର ଚାଲିଥିଲା। ଏହି ସମୟରେ ଏକ ମଜାଳିଆ ଘଟଣା ଦେଖିବାକୁ ମିଳିଛି। ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି.ଚିଦାମ୍ବରମ ମଧ୍ୟ କୋର୍ଟରେ ଉପସ୍ଥିତ ଥିଲେ। ଓକିଲ ପଟେଲଙ୍କୁ ପ୍ରଶ୍ନ ପଚାରିବା ସମୟରେ ହଠାତ୍‌ ଚିଦାମ୍ବରମଙ୍କ ଫୋନ ବାଜି ଉଠିଥିଲା। ବହୁ ଚେଷ୍ଟା ପରେ ବି ସେ ଫୋନଟିକୁ ବନ୍ଦ କରିପାରି ନ ଥିଲେ। ସେହି ସମୟରେ ଜଜ୍‌ ବେଲା ତ୍ରିବେଦୀ ସ୍ମିତହାସ୍ୟ ଦେଇ କହିଥିଲେ ଯେ, ସାଧାରଣତଃ ନ୍ୟାୟିକ ପ୍ରକ୍ରିୟା ସମୟରେ ଏଭଳି ଧରଣର ବାଧା ଉପୁଜିଲେ ସେ ମୋବାଇଲକୁ ଜବତ କରିନିଅନ୍ତି। ଜଜ୍‌ଙ୍କ ଏଭଳି ମନ୍ତବ୍ୟ ପରେ ଚିଦାମ୍ବରମ ନିଜର ସଫେଇ ରଖିଥିଲେ। ସେ କହିଥିଲେ, ନିକଟରେ ଏହି ନୂଆ ଫୋନଟିକୁ କିଣିଛନ୍ତି ଏବଂ ତାଙ୍କୁ ଜଣା ନାହିଁ ମ୍ୟୁଟ କିପରି କରାଯାଏ। ଏହାପରେ କୋର୍ଟର ଜଣେ କର୍ମଚାରୀ ଚିଦାମ୍ବରମଙ୍କ ପାଖକୁ ଆସି ମୋବାଇଲ ଫୋନକୁ ମ୍ୟୁଟ କରିବାରେ ସାହାଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri