କୋର୍ଟ ଚାଲାଣ ବେଳେ ଖସିଗଲେ ଅଭିଯୁକ୍ତ

ବଡମ୍ବା,୧୩ା୨(ଡି.ଏନ୍‌.ଏ): ନରସିଂହପୁର ଅବକାରୀ ସ୍କ୍ବାର୍ଡ ପକ୍ଷରୁ ବୁଧବାର ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ଖସି ପଳାଇଯାଇଥିଲେ। ପରେ ତାଙ୍କୁ ଗିରଫ କରାଯାଇଛି। ସେ ହେଲେ ନରେଶ ବେହେରା(୩୦)। ତାଙ୍କ ଘର ବଡ଼ମ୍ବା ଥାନା ଅନ୍ତର୍ଗତ ମହୁଲିଆ ଗ୍ରାମରେ ବୋଲି ଜଣାପଡିଛି। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ନରସିଂହପୁର ଅବକାରୀ ବିଭାଗ ଏସ୍‌ଆଇ ଥାପ୍ପା ମାରାଣ୍ଡି କହିଛନ୍ତି। ସୂଚନା ଅନୁଯାୟୀ, ବେଆଇନ ମଦ କାରବାରରେ ସମ୍ପୃକ୍ତି ଥିବା ଅଭିଯୋଗରେ ବୁଧବାର ସ୍କ୍ବାର୍ଡ ପକ୍ଷରୁ ନରେଶ, ବଡ଼ମ୍ବା ଥାନା କଜଳବେଢା ଗ୍ରାମର ସୁର ଶେଣ ଓ ଆସେଲିପୁର ଗ୍ରାମର ଅନ୍ତର୍ଯାମୀ ବେହେରାଙ୍କୁ ଅବକାରୀ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ବିଭାଗ ଗାଡ଼ିରେ ଅଭିଯୁକ୍ତମାନଙ୍କୁ କୋର୍ଟକୁ ନିଆଯାଇଥିଲା। ମାତ୍ର କୋର୍ଟ ନିକଟରେ ନରେଶ ଗାଡ଼ିରୁ ଡେଇଁ ପଳାଇଯାଇଥିଲେ। ରାତି ପ୍ରାୟ ୮ଟା ବେଳେ ମହୁଲିଆ ଗ୍ରାମ ନିକଟ ଏକ ରାସ୍ତାରୁ ସେ ଧରାପଡ଼ିିଥିଲେ। ଅପରପକ୍ଷେ ଅନ୍ୟ ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଉଭୟଙ୍କୁ ଜାମିନ ନ ମିଳିବାରୁ ବଡ଼ମ୍ବା ସବ୍‌ଜେଲ୍‌କୁ ପଠାଇ ଦିଆଯାଇଛି । କୋର୍ଟରେ ଉଭୟଙ୍କ ନାମରେ ପୃଥକ ଭାବେ ମାମଲା ନଂ.୨(ଏ)ସିସି.- ୪/୨୦ ଓ ୫/୨୦ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri