କୋର୍ଟ ନ ଆସିଲେ ରଦ୍ଦ ହେବ ଲାଇସେନ୍ସ

ନୂଆଦିଲ୍ଲୀ,୧୫ା୧୧: ଓଡ଼ିଶାର ବିଭିନ୍ନ ଜିଲା ବାର୍‌ ଆସୋସିଏଶନ ଆନ୍ଦୋଳନରେ ସାମିଲ ହୋଇଥିବାରୁ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ସୁଦ୍ଧା ଆନ୍ଦୋଳନ ପ୍ରତ୍ୟାହାର ନ କଲେ ଆଇନଜୀବୀମାନଙ୍କ ଲାଇସେନ୍ସ ରଦ୍ଦ ହୋଇପାରେ ବୋଲି ସର୍ବୋଚ୍ଚ ଅଦାଲତ ଚେତାବନୀ ଦେଇଛନ୍ତି। ସମସ୍ତଙ୍କୁ ନ୍ୟାୟ ମିଳିବା ଆଇନ ବ୍ୟବସ୍ଥାର ମୂଳ। ଏଥିପାଇଁ ନ୍ୟାୟିକ ବ୍ୟବସ୍ଥା ସହ ସମ୍ପୃକ୍ତ ସମସ୍ତଙ୍କର ଆବଶ୍ୟକତା ରହିଛି। ଯଦି ସେମାନେ ବିଚାର ପ୍ରକ୍ରିୟାଠାରୁ ଦୂରେଇ ରହନ୍ତି, ତେବେ ସାଧାରଣ ଜନତା ନ୍ୟାୟ ପାଇବାରୁ ବଞ୍ଚତ୍ତ ହେବେ। ଓଡ଼ିଶାର ଅନେକ ଓକିଲ ସଂଘର ବ୍ୟବହାର ସନ୍ତୋଷଜନକ ନୁହେଁ ଜଷ୍ଟିସ୍‌ ସଞ୍ଜୟ କିଷନ କୌଲ ଏବଂ ଅଭୟ ଏସ୍‌. ଓକାଙ୍କ ଖଣ୍ଡପୀଠ କହିବା ସହ ଅଧିକ ସମୟ ଦେବା ପାଇଁ ପଶ୍ଚିମ ଓଡ଼ିଶା ବାର୍‌ ଆସୋସିଏଶନଗୁଡ଼ିକର କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ଆବେଦନକୁ ଖାରଜ କରିଦେଇଛନ୍ତି। ଓକିଲଙ୍କ ଆନ୍ଦୋଳନକୁ ବରଦାସ୍ତ କରାଯିବ ନାହିଁ। ଯଦି ସେମାନେ ଆନ୍ଦୋଳନ ଜାରି ରଖନ୍ତି, ତେବେ ସେମାନଙ୍କ ଆୟ ଉତ୍ସକୁ ଛଡ଼ାଇ ନିଆଯିବ। ଆନ୍ଦୋଳନ ଯୋଗୁ ନ୍ୟାୟ ଅପେକ୍ଷାରେ ଥିବା ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ଆଦୌ ଗ୍ରହଣୀୟ ନୁହେଁ ବୋଲି ଜଷ୍ଟିସ୍‌ ଏସ୍‌.କେ. କୌଲ କହିଛନ୍ତି। ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେଲେ ଅଦାଲତ ଅବମାନନା ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଖଣ୍ଡପୀଠ ଚେତାବନୀ ଦେଇଛନ୍ତି। ବୁଧବାର ସୁଦ୍ଧା ଓକିଲମାନେ କାର୍ଯ୍ୟରେ ଯୋଗ ନ ଦେଲେ ସେମାନଙ୍କ ଲାଇସେନ୍ସ ରଦ୍ଦ କରିବା ଦିଗରେ ବାର୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆଶା କରିବୁ ବୋଲି ଖଣ୍ଡପୀଠ କହିଛନ୍ତି।
ଆଇନଜୀବୀମାନେ ଧର୍ମଘଟରେ ସାମିଲ ହୋଇ କାର୍ଯ୍ୟରେ ଯୋଗ ଦେଉ ନ ଥିବାରୁ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ଆବେଦନକ୍ରମେ ରାଜ୍ୟରେ ଥିବା ଜିଲା ବାର୍‌ ଆସୋସିଏଶନ, ବାର୍‌ କାଉନସିଲ ଅଫ୍‌ ଓଡ଼ିଶା (ବିସିଓ) ଏବଂ ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ(ବିସିଆଇ)କୁ ସୋମବାର ହାଜର ହେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଓଡ଼ିଶାର ବାର୍‌ ଆସୋସିଏଶନ କାର୍ଯ୍ୟରେ ଯୋଗ ଦେଉ ନ ଥିବା ଆଇନଜୀବୀ ଶିବୋଶଙ୍କର ମିଶ୍ର ଅଦାଲତଙ୍କୁ ଅବଗତ କରାଇବା ପରେ ସର୍ବୋଚ୍ଚ ଅଦାଲତ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri