କୋର୍ଟ, ସରକାରଙ୍କ ନିର୍ଦ୍ଦେଶ ମାନୁନାହାନ୍ତି ଘରୋଇ ହସ୍ପିଟାଲ

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଘରୋଇ ହସ୍ପିଟାଲରେ ରୋଗୀଙ୍କୁ ଲୁଟ କରାଯାଉଛି। ଏପରି କି ମୃତ୍ୟୁ ପରେ ମଧ୍ୟ ଟଙ୍କା ନ ଦେଲେ ମୃତଦେହ ଛଡ଼ା ଯାଉନାହିଁ। ଦୀର୍ଘ ସମୟ ଧରି ମୃତଦେହ ଅଟକ ରଖାଯାଉଛି। ସରକାରଙ୍କଠାରୁ ଜମି ନେଇ ହସ୍ପିଟାଲ କରୁଥିବା ଘରୋଇ ସଂସ୍ଥା ଗରିବ ଲୋକଙ୍କୁ ମାଗଣା ସେବା ଯୋଗାଇବା ପରିବର୍ତ୍ତେ ଲୁଟି ଚାଲିଛନ୍ତି। କୋର୍ଟ, କେନ୍ଦ୍ର ସରକାର, ରାଜ୍ୟ ସରକାର ଓ ବାଚସ୍ପତିଙ୍କ ନିର୍ଦ୍ଦେଶକୁ ମଧ୍ୟ ଘରୋଇ ହସ୍ପିଟାଲଗୁଡିକ ବେଖାତିର କରି ଚାଲିଛନ୍ତି। ଏ ପ୍ରସଙ୍ଗ ନେଇ ଶୁକ୍ରବାର ବିଧାନସଭାରେ ଭାଜପା ସଭ୍ୟମାନେ ଗଭୀର ଉଦ୍‌ବେଗ ପ୍ରକାଶ କରିଥିଲେ। ଘରୋଇ ହସ୍ପିଟାଲ ଉପରେ ଅଙ୍କୁଶ ଲଗାଇବାକୁ ଦାବି କରିଥିଲେ। ଶୂନ୍ୟକାଳରେ ଭାଜପା ସଭ୍ୟ ବିଷ୍ଣୁଚରଣ ସେଠୀ ଆମ୍ରି ହସ୍ପିଟାଲରେ ଜଣେ ରୋଗୀଙ୍କ ମୃତ୍ୟୁ ଓ ତାଙ୍କ ସମ୍ପର୍କୀୟଙ୍କଠାରୁ ଜବରଦସ୍ତ ଅର୍ଥ ଆଦାୟ କରୁଥିବା ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ ଯେ, ରାଜ୍ୟ ସରକାର ଘରୋଇ ହସ୍ପିଟାଲଗୁଡିକୁ ମାଗଣାରେ ଜମି ଯୋଗାଇ ଦେଉଛନ୍ତି। ୨୫ ପ୍ରତିଶତ ରୋଗୀଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ନାଁରେ ଜମି ନେଉଛନ୍ତି। ସେବା ଯୋଗାଇବା ବଦଳରେ ରୋଗୀଙ୍କୁ ଲୁଟ୍‌ କରାଯାଉଛି । ଗତ କିଛିଦିନ ତଳେ ଆପୋଲୋ ହସ୍ପିଟାଲରେ ଟଙ୍କା ଜମା ନ ଦେବାରୁ ପାଟକୁରାର ସୁନାକର ସାହୁଙ୍କ ପୁତ୍ରର ମୃତଦେହ ଛାଡି ନ ଥିଲେ। ସେହିପରି ବିରୋଧୀଦଳ ମୁଖ୍ୟ ସଚେତକ ମୋହନ ମାଝିଙ୍କୁ ମଧ୍ୟ କଳିଙ୍ଗ ହସ୍ପିଟାଲରେ ଦୁର୍ବ୍ୟବହାର କରାଗଲା। ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀର ରୋଗୀଙ୍କୁ ଆମ୍ରିରେ ୧ଲକ୍ଷ ୯୯ ହଜାର ଟଙ୍କା ଜମା ନ ଦେବାରୁ ଛାଡୁ ନାହାନ୍ତି। ଘରୋଇ ହସ୍ପିଟାଲଗୁଡିକ ଦାଦାଗିରି କରୁଛନ୍ତି। ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାୟକ ଏହି ପ୍ରସଙ୍ଗରେ କହିଥିଲେ ଯେ, ସରକାର ମାହାଳିଆ ଜମି ଦେଉଛନ୍ତି। ଘରୋଇ ହସ୍ପିଟାଲ ୨୫ ପ୍ରତିଶତ ମାଗଣା ରୋଗୀସେବା ଦେବା କଥା। ମଲା ପରେ ମଧ୍ୟ ମୃତଦେହକୁ ସମ୍ମାନ ମିଳୁନାହିଁ। ଭାଜପା ସଭ୍ୟମାନେ ଛିଡାହୋଇ ପାଟି କରିବା ସହ ଗୃହର ମଧ୍ୟଭାଗକୁ ଆସି କ୍ଷୋଭପ୍ରକାଶ କଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସେମାନଙ୍କୁ ବୁଝାଶୁଝା କରି ଫେରାଇ ଦେଇଥିଲେ।
ବାଚସ୍ପତି ଘରୋଇ ହସ୍ପିଟାଲଙ୍କ କାର୍ଯ୍ୟକଳାପ ବିଷୟରେ ସ୍ବାସ୍ଥ୍ୟମନ୍ତ୍ରୀ, ବିରୋଧୀ ଦଳ ନେତା, ବିରୋଧୀ ଦଳ ମୁଖ୍ୟ ସଚେତକ ଏବଂ ସରକାରୀ ଦଳ ମୁଖ୍ୟ ସଚେତକଙ୍କ ସହ ଆଲୋଚନା କରି ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ ।

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri