କୋଲକାତାରେ ପ୍ରଥମ କରୋନା ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୩: କରୋନା ବିଶ୍ୱବ୍ୟାପୀ ଆତଙ୍କ ଖେଳାଇ ଦେଇଛି। ବିଭିନ୍ନ ଦେଶରେ ଲୋକମାନେ ପୋକମାଛି ଭଳିି ମରୁଛନ୍ତି। ଭାରତ ବି ଏଥିରୁ ବାଦ୍‌ପଡ଼ିନି। ସୋମବାର ଆଉ ୨ ଜଣଙ୍କ ମୃତ୍ୟୁ ହେବା ପରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚତ୍ଛ ଓ ୪୩୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଅଛନ୍ତି। ସୋମବାର ଅପରାହ୍ନ ୩.୩୫ରେ କୋଲକାତାରେ ପ୍ରଥମ କରୋନା ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଦମ୍‌ ଦମ୍‌ର ଜଣେ ୫୫ ବର୍ଷୀୟ ଯୁବକ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହେବା ପରେ ଚିକିତ୍ସାଧୀନ ଅବସ୍ଥାରେ ସ୍ଥାନୀୟ ଆମ୍ରି ହସ୍ପିଟାଲରେ ପ୍ରାଣ ହରାଇଥିବା ସରକାରୀ ଭାବେ କୁହାଯାଇଛି। ହସ୍ପିଟାଲ ପକ୍ଷରୁ ଏନେଇ ସ୍ବାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ରଲେଖି ପଶ୍ଚିମବଙ୍ଗକୁ ଆସୁଥିବା ସମସ୍ତ ବିମାନ ଉଡ଼ାଣକୁ ବନ୍ଦ କରିବା ଲାଗି କହିଛନ୍ତି। ବିମାନ ଉଡ଼ାଣ ଦ୍ୱାରା କ୍ୱାରାଣ୍ଟାଇନ ପ୍ରୋଟୋକଲ ଓ ସଟ୍‌ଡାଇନରେ ବ୍ୟତିକ୍ରମ ଘଟୁଛି। ବିମାପ ଉଡ଼ାଣ ବନ୍ଦ ହେଲେ କରୋନା ସଂକ୍ରମଣକୁ ସହଜେ ରୋକାଯାଇପାରିବ ବୋଲି ମମତା ପତ୍ର ଦ୍ୱାରା ଦର୍ଶାଇଛନ୍ତି। ମମତାଙ୍କ ଅନୁରୋଧ କ୍ରମେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହର୍‌ଦୀପ ସିଂ ପୁରୀ ଖୁବ୍‌ଶୀଘ୍ର କେନ୍ଦ୍ର ସରକାର ଏହା ଉପରେ ପଦକ୍ଷେପ ଗ୍ରହଣ କରିବେ ବୋଲି ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ମୋଦି ଦେଶର ବିଭିନ୍ନ ସ୍ଥାନରେ ଲକ୍‌ଡାଉନକୁ ଗମ୍ଭୀରତାର ସହ ନେଉ ନ ଥିବାରୁ ଚିନ୍ତାବ୍ୟକ୍ତ କରିଛନ୍ତି। ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟ ସରକାର କେନ୍ଦ୍ରର ନିର୍ଦ୍ଦେଶାବଳୀକୁ ପାଳନ କରି ବିଶେଷ ପଦକ୍ଷେପ ଗ୍ରହଣ କରିବା ଲାଗି ଅନୁରୋଧ କରିଛନ୍ତି।
ପୁଣି ୫୫ ମାମଲା ସାମ୍ନାକୁ ଆସିଛି। ରବିବାର ଗୁଜରାଟ, ବିହାର ଓ ମହାରାଷ୍ଟ୍ରରେ ଜଣେ ଲେଖାଏ ବ୍ୟକ୍ତି ପ୍ରାଣ ହରାଇଥିଲେ। ତାହା ପୂର୍ବରୁ କର୍ନାଟକ, ଦିଲ୍ଲୀ, ମହାରାଷ୍ଟ୍ର, ପଞ୍ଜାବରେ ମୃତ୍ୟୁଲୀଳା ଦେଖିବାକୁ ମିଳିଥିଲା। ଏପର୍ଯ୍ୟନ୍ତ ୨୪ ସଂକ୍ରମିତ ବ୍ୟକ୍ତି ସଫଳ ଚିକିତ୍ସା ଦ୍ୱାରା ଭଲହୋଇ ଘରକୁ ଯାଇଥିବା ଜଣାପଡ଼ିଛି। ମହାରାଷ୍ଟ୍ରରେ ଏବେ ସର୍ବାଧିକ ୬୭ କରୋନା ସଂକ୍ରମିତ ଥିବା ବେଳେ କେରଳରେ ମଧ୍ୟ ସମାନ ସଂଖ୍ୟକ ଅଛନ୍ତି। ଦିଲ୍ଲୀରେ ୨୯, ଉତ୍ତରପ୍ରଦେଶରେ ୨୮, ରାଜସ୍ଥାନରେ ୨୭, ତେଲଙ୍ଗାନାରେ ୨୬, କର୍ନାଟକରେ ୨୬ ସଂକ୍ରମିତ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri