Posted inଖେଳ

କୋଲକାତାରେ ସିଏଏ ବିକ୍ଷୋଭ : ଚିନ୍ତାରେ ଆଇପିଏଲ ଫ୍ରାଞ୍ଚାଇଜ୍‌

ନୂଆଦିଲ୍ଲୀ,୧୬।୧୨- ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ସମଗ୍ର ଦେଶରେ ବିରୋଧ କରାଯାଉଛି। ଏଥିଯୋଗୁ ପଶ୍ଚିମବଙ୍ଗ ପ୍ରବଳ ପ୍ରଭାବିତ ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପୋଡ଼ାଜଳା ହୋଇଥିବା ଜଣାପଡ଼ିଛି। ଏଠାରେ ଆସନ୍ତା ୧୯ ତାରିଖରେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଖେଳାଳିଙ୍କ ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହେବ। ଏହି ଇଭେଣ୍ଟକୁ ଆଉ ୭୨ ଘଣ୍ଟାରୁ କମ୍‌ ସମୟ ବାକି ରହିଛି। ବିକ୍ଷୋଭ ହିଂସାରୂପ ନେବା ପରେ ମଲାଡା, ମୁର୍ଶିଦାବାଦ, ହାଓ୍ବଡା, ଉତ୍ତର ୨୪ ପ୍ରଗଣା, ଦକ୍ଷିଣ ୨୪ ପ୍ରଗଣା ଅଞ୍ଚଳରେ ଇଣ୍ଟରନେଟ ସୁବିଧା ରବିବାର ବନ୍ଦ କରିଦିଆଯାଇଛି। ତୃଣମୂଳ କଂଗ୍ରେସ ଏହାର ପ୍ରତିବାଦରେ ସିଏଏକୁ ବିରୋଧ କରି ସୋମବାର ବଡ଼ ରାଲି କରିବ ବୋଲି ଘୋଷଣା କରିଥିଲା। ଏକ ଫ୍ରାଞ୍ଚାଇଜ୍‌ର ସିନିୟର ଅଫିସିଆଲ କହିଛନ୍ତି, ଅଧିକ ଚିନ୍ତା କରିବାର ନାହିଁ। କିନ୍ତୁ ସମସ୍ତ ଫ୍ରାଞ୍ଚାଇଜ୍‌ ହିଂସାତ୍ମକ ବିକ୍ଷୋଭ ଉପରେ ନଜର ରଖିଛନ୍ତି। ପ୍ରାୟ ଫ୍ରାଞ୍ଚାଇଜ୍‌ର ମାଲିକ ୧୮ ତାରିଖ ଦିନ ଏଠାରେ ପହଞ୍ଚତ୍ ୧୯ରେ ଯିବେ। ସମସ୍ତ ଦଳର ଅନ୍ୟ ସଦସ୍ୟମାନେ ଗୋଟିଏ ଦିନ ଅଧିକ ରହିବେ। ଅନ୍ୟ ଏକ ଫ୍ରାଞ୍ଚାଇଜ୍‌ର ଜଣେ ଅଫିସିଆଲ କହିଛନ୍ତି, ଅକ୍‌ଶନ ଭେନ୍ୟୁରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ବିସିସିଆଇକୁ ଅନୁରୋଧ କରାଯାଇ ନାହିଁ। ଏଣୁ ଅପେକ୍ଷା କରି ରାଜ୍ୟର ସ୍ଥିତି ଦେଖିବାର ଅଛି। ଆଉ ଜଣେ କହିଛନ୍ତି, ବିସିସିଆଇ ଯୋଜନା ଉପରେ ଆମର ସମ୍ପୂର୍ଣ୍ଣ ଭରସା ରହିଛି। ଆମେ ବିକ୍ଷୋଭ ଉପରେ ନଜର ରଖିଛୁ। କିନ୍ତୁ ବୋର୍ଡ ସୁରକ୍ଷା ବ୍ୟବସ୍ଥା ନେଇ ସମସ୍ତ ପ୍ରକାର ଆବଶ୍ୟକ ପଦକ୍ଷେପ ନେବ ବୋଲି ଆମର ଦୃଢ଼ ବିଶ୍ୱାସ ରହିଛି। ଆମର କିଛି ସଦସ୍ୟ ମଙ୍ଗଳବାର ଯାଇ ପହଞ୍ଚତ୍ବେ। ଏଥିରେ କିଛି ପରିବର୍ତ୍ତନ ଲାଗି ବିସିସିଆଇ ପକ୍ଷରୁ କୁହାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

ବିବାହ ପରେ ଏହି ୨ ରାଶିଙ୍କର ଖୋଲେ ଭାଗ୍ୟର ତାଲା, ହୁଅନ୍ତି କୋଟିପତି! ଜୀବନରେ ଆସେ ଧନ-ଐଶ୍ୱର୍ଯ୍ୟ

ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟେକ ରାଶିର ନିଜସ୍ବ ଗୁଣ ଓ ଗ୍ରହ ପ୍ରଭାବ ରହିଛି। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ, କିଛି ରାଶିର ଲୋକଙ୍କ ପାଇଁ ବିବାହ ପରେ ଧନ,…

ବ୍ଲାକ୍‌ରୋଜ୍‌ ଜାହାଜ ବୁଡ଼ି ଘଟଣାକୁ ୧୭ ବର୍ଷ ପୂରିଲା: କାରଣ ଏବେବି ଅସ୍ପଷ୍ଟ

ପାରାଦୀପ, ୯।୯(ଶରତ ରାଉତ):ପାରାଦୀପ ବନ୍ଦରରୁ ଚାଇନା ଅଭିମୁଖେ ଯାଉଥିବା ଏମ୍‌ଭି ବ୍ଲାକରୋଜ୍‌ ଜାହାଜ ବୁଡ଼ିବା ଘଟଣାକୁ ଇତିମଧ୍ୟରେ ୧୭ ବର୍ଷ ପୂରିଗଲାଣି। ଉକ୍ତ ବ୍ଲାକରୋଜ୍‌ ବୁଡ଼ି ଘଟଣାକୁ…

୪୮ ଘଣ୍ଟା ପରେ ବଦଳିବ ଗ୍ରହଙ୍କ ଚଳନ: ଫେବୃଆରୀ ୨୦୨୭ ଯାଏ ବୃଷ ସମେତ ୪ ରାଶିଙ୍କୁ ମିଳିବ ଅପ୍ରତ୍ୟାଶିତ ଲାଭ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ୟୁରେନସ୍‌କୁ ଅରୁଣ ଗ୍ରହ ବୋଲି କୁହାଯାଏ। ଆଧୁନିକ ଏବଂ ପାଶ୍ଚାତ୍ୟ ଜ୍ୟୋତିଷରେ ଏହି ଗ୍ରହକୁ ଅଚାନକ ପରିବର୍ତ୍ତନ, ନୂଆ ପରିସ୍ଥିତି ଓ ଅପ୍ରତ୍ୟାଶିତ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri