କୋଲକାତା ପରେ ଭଦ୍ରକରେ ଚିନ୍ତା ବଢ଼ାଇଛନ୍ତି ସୁରଟ ଫେରନ୍ତା: ୧୯ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା,୩୨ ପଞ୍ଚାୟତ ସର୍ଭିଲାନ୍ସ ଜୋନ୍‌

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଥିବା ବେଳେ ଏହା ରେଡ୍‌ ଜୋନ୍‌ ତାଲିକାରେ ରହିଛି। ଏଥିମଧ୍ୟରୁ ପର୍ଯ୍ୟାୟକ୍ରମେ ଜିଲାର ମୋଟ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପ୍ରଥମ ୩ ରୋଗୀଙ୍କୁ ବାଦ୍‌ ଦେଇ ଅନ୍ୟ ୧୮ ଜଣ ରୋଗୀଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ରହିଥିବା ସୂଚନା ମିଳିଛି। ଶୁକ୍ରବାର ଚି଼ହ୍ନଟ ହୋଇଥିବା ଦୁଇ ଜଣ ସୁରଟ ଫେରନ୍ତା ବୋଲି କୁହାଯାଇଛି। କରୋନା ସଂକ୍ରମିତ ନିୟନ୍ତ୍ରଣ ଓ ଚିହ୍ନଟ ପାଇଁ ଜିଲା ପ୍ରଶାସନ ପକ୍ଷରୁ ମୋଟ୍‌‌ ୧୯ ପଞ୍ଚାୟତରେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇଥିବା ବେଳେ ୩୨ଟି ପଞ୍ଚାୟତକୁ ସର୍ଭିଲାନ୍ସ ଜୋନ୍‌ ଭାବେ ଚିହ୍ନଟ କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ୍‌ ମଧ୍ୟରେ ଧାମନଗର ବ୍ଲକର ୩, ବନ୍ତ ବ୍ଲକର ଗୋଟିଏ, ବାସୁଦେବପୁରର ୧୩ ଓ ତିହିଡ଼ି ବ୍ଲକର ୨ଟି ପଞ୍ଚାୟତରେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରାଯାଇ ଏହି ସବୁ ପଞ୍ଚାୟତର ପ୍ରବେଶ ପଥକୁ ସିଲ୍‌ କରାଯାଇଛି। ମୁଖ୍ୟତଃ ଏହି ଜିଲାରେ କୋଲକାତା ଫେରନ୍ତାଙ୍କ ପାଇଁ କରୋନା ସଂକ୍ରମଣ ହେଉଥିବା କୁହାଯାଉଥିଲା। ଏବେ ସୁରଟ ଫେରନ୍ତାଙ୍କ ପାଇଁ ପ୍ରଶାସନର ମୁଣ୍ଡ ବ୍ୟଥା ବଢ଼ିଯାଇଛି।
ସୂଚନାଯୋଗ୍ୟ, ଜିଲାରୁ ମୋଟ୍‌ ୪୫୦୦ ସ୍ବାବ୍‌ ସଂଗ୍ରହ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୩୭୬୦ ନେଗେଟିଭ୍‌ ରିପୋର୍ଟ ଆସିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

ଆଜିଠୁ ଖରାଛୁଟି

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ରାଜ୍ୟରେ ଗୁରୁବାରଠାରୁ ସ୍କୁଲରେ ଗ୍ରୀଷ୍ମଛୁଟି ଆରମ୍ଭ ହେବ। ପାଠପଢ଼ା ବନ୍ଦ ରହିବ। କିନ୍ତୁ ଏହି ଛୁଟି ସମୟରେ ସମସ୍ତ ସରକାରୀ ଓ ସରକାରୀ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

ମୋକିମଙ୍କ ଝିଅ ସୋଫିଆ ଲଢ଼ିପାରନ୍ତି ନିର୍ବାଚନ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ବାରବାଟୀ-କଟକ କଂଗ୍ରେସକୁ ଚିନ୍ତା ଘାରିଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri