କୋଲେଷ୍ଟରଲ୍‌ ସ୍ତରକୁ ନିୟନ୍ତ୍ରଣରେ ରଖେ ଗାଜର ଜୁସ୍‌

ଗାଜର ଖାଇବା ସ୍ବାସ୍ଥ୍ୟପ୍ରତି ବେଶ୍‌ ହିତକର। କିନ୍ତୁ ଶରୀର ପାଇଁ ବିଶେଷ ଫଳପ୍ରଦ ହୋଇଥାଏ ଏଥିରୁ ପ୍ରସ୍ତୁତ ଜୁସ୍‌। ନିୟମିତ ରୂପେ ଗାଜର ଜୁସ୍‌ ସେବନ ଦ୍ୱାରା ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। କାମ କରିବା ପରେ ଅଧିକ ଥକ୍କା ଲାଗୁଥିଲେ, ସକାଳୁ ଖାଲିପେଟରେ ଅଧ ଗ୍ଲାସ୍‌ ଗାଜର ଜୁସ୍‌ରେ ପାଳଙ୍ଗ ରସ, ଭଜା ଜିରା ଏବଂ କଳା ଲୁଣ ମିଶାଇ ସେବନ କଲେ ସତେଜ ଲାଗିଥାଏ। ସାରାଦିନ ଶରୀରକୁ ଶକ୍ତି ମିଳିଥାଏ। ଏହାଛଡ଼ା ଯଦି ନିୟମିତ ରୂପେ ଗାଜର ଜୁସ୍‌ ସେବନ କରାଯାଏ, ତେବେ ଶରୀର ଭିତରୁ ଉଷୁମ୍‌ ରହିଥାଏ। ଏମିତିକି କୋହଲା ପବନ ଯୋଗୁ ଆପଣଙ୍କୁ ଥଣ୍ଡା କି କାଶ ହେବାର ସମ୍ଭାବନା ନଥାଏ। ଗାଜର ରସରେ କିଛି କଳା ଲୁଣ ପକାଇ ପିଇଲେ ଥଣ୍ଡା, କାଶ, ଜ୍ୱର ଓ କଫ ସମସ୍ୟା ଠିକ୍‌ ହୋଇଯାଏ। କେବଳ ସେତିକି ନୁହେଁ, ପେଟ ପାଇଁ ଗାଜର ବେଶ୍‌ ଉପକାରୀ। ପେଟ ସମ୍ବନ୍ଧୀୟ କୌଣସି ସମସ୍ୟା ଥିଲେ, ନିୟମିତ ଗାଜର ଜୁସ୍‌ରେ ଲେମ୍ବୁ ରସ ଓ ପାଳଙ୍ଗ ରସ ମିଶାଇ ପିଇବା ଭଲ। ଗାଜରରେ ଭରପୂର୍‌ ମାତ୍ରାରେ କ୍ୟାଲ୍‌ସିୟମ୍‌, ଫାଇବର୍‌, ଭିଟାମିନ୍‌ ଏ, ବି, ଓ ସି ମହଜୁଦ୍‌ ରହିଛି, ଯାହା କୋଲେଷ୍ଟରଲ୍‌ ସ୍ତରକୁ ନିୟନ୍ତ୍ରଣରେ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri