କୋଷ୍ଟାଲ ଟ୍ରେକିଂରେ ଅଲିଭ ରିଡ୍‌ଲେଙ୍କ ସୁରକ୍ଷା ବାର୍ତ୍ତା

ପୁରୀ ଅଫିସ, ୧୪ା୧୨: ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା ଏବଂ ଆଗାମୀ ପୀଢିଙ୍କୁ ପ୍ରକୃତି ସହ ଯୋଡ଼ିିବାର ବାର୍ତ୍ତା ନେଇ ଭୁବନେଶ୍ୱର ସାଇକ୍ଲିଂ ଆଣ୍ଡ୍‌ ଆଡଭେଞ୍ଚର କ୍ଲବ (ବିସିଏସି) ଏବଂ ବେୟାରଫୁଟ ପକ୍ଷରୁ ଶନିବାର ଅନୁଷ୍ଠିତ ହୋଇଛି ପୁରୀ-ଚିଲିକା କୋଷ୍ଟାଲ ଟ୍ରେକିଂ। ସକାଳେ ପୁରୀ ମଡେଲ ବିଚ୍‌ଠାରୁ ଚିଲିକାର ପ୍ରାକୃତିକ ମୁହାଣ ଧଳାବାଲି ଅଭିମୁଖେ ଏହି ଟ୍ରେକିଂକୁ ଏସ୍‌ପି ଉମାଶଙ୍କର ଦାଶ ଶୁଭାରମ୍ଭ କରିଥିଲେ। ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ପଦଯାତ୍ରୀଙ୍କୁ ଉତ୍ସାହିତ କରିଥିଲେ। ପ୍ରାୟ ୩୦ କିମି ଏହି ପଦଯାତ୍ରାରେ ୫୦ରୁ ଊର୍ଦ୍ଧ୍ୱ ମହିଳା, ଯୁବକ, ବୁଦ୍ଧିଜୀବୀ ଏବଂ ପ୍ରଶାସକ ସାମିଲ ଥିଲେ। ଏମାନେ ଅଲିଭ ରିଡ୍‌ଲେ କଇଁଛଙ୍କ ସୁରକ୍ଷା, ସାମୁଦ୍ରିକ ପର୍ଯ୍ୟାବରଣ ସୁରକ୍ଷା ଏବଂ ବେଳାଭୂମିକୁ ସ୍ବଚ୍ଛ ରଖିବା ନେଇ ସଚେତନତା ସୃଷ୍ଟି କରିଥିଲେ। ଏହି କୋଷ୍ଟାଲ ଟ୍ରେକିଂରେ ବିସିଏସି ସଭାପତି ସଞ୍ଜୀବ ପଣ୍ଡା, ସନ୍ତୋଷ ରାଉତ, ଗୋପାଳ ସାହୁ, ସ୍ନେହାଶିଷ ମହାନ୍ତି, ରଞ୍ଜନ ମହାପାତ୍ର, ରମେଶ ସାହୁ ପ୍ରମୁଖ ସାମିଲ ଥିଲେ। କାର୍ଯ୍ୟକ୍ରମକୁ ବେୟାରଫୁଟର ସମ୍ପାଦକ ଯୁଗବ୍ରତ କର, ନଟବର ସାହୁ ଏବଂ ଶାନ୍ତିରଞ୍ଜନ ମିଶ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ

କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri