କୋସକା ଆୟୁର୍ବେଦିକ ଚିକିତ୍ସାଳୟ: ସ୍ଥାୟୀ ଡାକ୍ତର ଅଭାବରୁ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ

ଖଣ୍ଡପଡ଼ା,୧୪ା୧୧ (ସ୍ବ.ପ୍ର.): ଲୋକମାନଙ୍କୁ ଅଳ୍ପ ମୂଲ୍ୟରେ ପ୍ରାକୃତିକ ଉପଚାର ଓ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ରାଜ୍ୟ ସରକାର ୧୯୬୮ ମସିହାରୁ ଆୟୁର୍ବେଦିକ ଚିକିତ୍ସା ବ୍ୟବସ୍ଥା ଆରମ୍ଭ କରିଥିଲେ। ଏହି ବ୍ୟବସ୍ଥା ଅନୁଯାୟୀ ଖଣ୍ଡପଡା ବ୍ଲକ କୋସକାଠାରେ ଆୟୁର୍ବେଦିକ ଚିକିତ୍ସାଳୟ ଖୋଲାଯାଇଛି। ହେଲେ ସ୍ଥାୟୀ ଡାକ୍ତର ଅଭାବରୁ ଏଠାରେ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ ହୋଇଛି।
ନୟାଗଡ଼ ଜିଲାର ୮ ବ୍ଲକ ମଧ୍ୟରୁ ଖଣ୍ଡପଡା ବ୍ଲକର କାଦୁଆ ଜଗନ୍ନାଥ ପ୍ରସାଦ, ସିଧାମୂଳା ଓ କୋସକାରେ ୩ଟି ଆୟୁର୍ବେଦିକ ଚିକିତ୍ସାଳୟ ପ୍ରତିଷ୍ଠା କରାଯାଇଛି। ଏଥିମଧ୍ୟରୁ ଅନେକ ସ୍ଥାନରେ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ନାମକୁମାତ୍ର ଚାଲିଛି। କେଉଁଠି ଡାକ୍ତର ପଦବୀ ଖାଲି ପଡ଼ିଛି ତ କେଉଁଠି ଡାକ୍ତର ଥାଇ ମଧ୍ୟ ମାସ ମାସ ଧରି ସ୍ବାସ୍ଥ୍ୟକେନ୍ଦ୍ରକୁ ଆସୁ ନ ଥିବା ଅଭିଯୋଗ ହେଉଛି। କୋସକା ଆୟୁର୍ବେଦିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଢୋଲମରା, କୁମ୍ଭାରପଡା ଓ କୋସକା ପଞ୍ଚାୟତ ଅଧୀନ ରତାଖଣ୍ଡୀ, ଗୁଡିଆବାରୀ, ଆମ୍ବଅଠା, କୁସୁମଡା, ଲୁହାରଖଣି, ମୁଡକାବାଦ, ସାପୁଆ, ରାଇମ୍ବା ଆଦି ଗ୍ରାମର ହଜାର ହଜାର ଜନସାଧାରଣ ନିର୍ଭର କରିଥାନ୍ତି। ୨୦୦୮ ମସିହାରୁ ଏଠାରେ ସ୍ଥାୟୀ ଭାବେ କୌଣସି ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇ ନାହିଁ। ନୟାଗଡ଼ ଜିଲାର ବାଲୁଗଁ। ଆୟୁର୍ବେଦିକ ଚିକିତ୍ସାଳୟରେ ନିଯୁକ୍ତି ପାଇଥିବା ଡା. ସୁମିତ୍ରା ବିଶ୍ୱାଳ ଏବେ କୋସକା ଆୟୁର୍ବେଦିକ ଚିକିତ୍ସାଳୟର ଅତିରିକ୍ତ ଦାୟିତ୍ୱ ତୁଲାଉଥିବା ପ୍ରଶାସନ ସୂତ୍ରରୁ ଜଣାପଡିଛି। ସପ୍ତାହର ବୁଧବାର ଓ ଶନିବାର ୨ଦିନ ସେ ଏଠାକୁ ଆସୁଥିବା ବେଳେ ନିୟମିତ ଆସୁ ନ ଥିବାରୁ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ରୋଗୀମାନଙ୍କ ଅସ୍ଥା ତୁଟି ଯାଉଛି। ସରକାର ନିରାମୟ ଯୋଜନାରେ ପର୍ଯ୍ୟାପ୍ତ ପରିମାଣର ଆୟୁର୍ବେଦିକ ଔଷଧ ଉକ୍ତ ଚିକିତ୍ସାଳୟକୁ ଯୋଗାଇ ଦେଉଛନ୍ତି। ମାତ୍ର ଡାକ୍ତରଙ୍କ ଅଭାବରୁ ରୋଗୀମାନେ ଆବଶ୍ୟକ ପରାମର୍ଶ ଓ ଔଷଧ ପାଇବାରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହେଉଛି। ଏଠାରେ ଥିବା ଜଣେ ଆୟୁର୍ବେଦିକ ସହାୟକଙ୍କ ଦ୍ୱାରା ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ର ପରିଚାଳନା ହେଉଥିବା ବେଳେ ଆବଶ୍ୟକ ସ୍ଥଳେ ସେ ରୋଗୀମାନଙ୍କୁ ଔଷଧ ଦେଇଥାନ୍ତି ବୋଲି ଗ୍ରାମବାସୀଙ୍କଠାରୁ ଜଣାପଡିଛି। ଅଞ୍ଚଳବାସୀ ଓ ଆଞ୍ଚଳିକ ଯୁବଛାତ୍ର ସଂଗଠନର ସଦସ୍ୟମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜିଲାପାଳଙ୍କୁ ଭେଟି ଏହି ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ ହେଁ ସୁଫଳ ମିଳି ନ ଥିବା ଅନୁଷ୍ଠାନର ସାମାଜିକ କର୍ମୀ କୈଳାସ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ଏହି ଚିକିତ୍ସାଳୟରେ ଜଣେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦେବାକୁ ଅଞ୍ଚଳର ଜନସାଧାରଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri