Posted inଖେଳ

କୋହଲିଙ୍କ ଦ୍ୱିଶତକ ପରେ ଏମିତି ସେଲିବ୍ରେଶନ କଲେ ଅନୁଷ୍କା

ପୁଣେ,୧୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଟେଷ୍ଟ କ୍ରିକେଟରେ ନିଜର ସପ୍ତମ ଦ୍ୱିଶତକ ପୂରଣ କରିଛନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ କୋହଲି ଏହି ମାଇଲଖୁଣ୍ଟ ଅର୍ଜନ କରିଛନ୍ତି। କୋହଲି ନିଜର ୮୧ତମ ଟେଷ୍ଟରେ ୭ ଦ୍ୱିଶତକ ମାରିଛନ୍ତି। ଫଳରେ ସେ ଭାରତର ପୂର୍ବତନ କ୍ରିକେଟର୍‌ ସଚିନ ତେନ୍ଦୁଲକର ଓ ବୀରେନ୍ଦ୍ର ସେହ୍ବାଗଙ୍କୁ ପଛରେ ପକାଇଛନ୍ତି। ତେବେ ସ୍ବାମୀଙ୍କୁ ଗୋଟିଏ ପରେ ଗୋଟିଏ ରେକର୍ଡ ହାସଲ କରିବା ଦେଖି ଖୁସିରେ ଆତ୍ମହରା ହୋଇଉଠିଛନ୍ତି ଅନୁଷ୍କା ଶର୍ମା। ବିରାଟ ଦ୍ୱିଶତକ ହାସଲ କରିବା ପରେ ସେ ଟିଭିରୁ ତାଙ୍କ ସେଲିବ୍ରେଶନର ଫଟୋ ଉଠାଇ ନିଜ ଇନ୍‌ଷ୍ଟାଗ୍ରାମରେ ଅପ୍‌ଲୋଡ କରିଥିଲେ। କ୍ୟାପସନରେ ଲଭ୍‌ ଇମୋଜି ଦେଇଥିଲେ ଅନୁଷ୍କା। ସୂଚନାଯୋଗ୍ୟ, ଏହି ମ୍ୟାଚରେ କୋହଲି ଟେଷ୍ଟ କ୍ରିକେଟରେ ୭ ହଜାର ରନ ପୂରଣ କରିଛନ୍ତି। କୋହଲି ବିଶ୍ୱର ଚତୁର୍ଥ ଏବଂ ଭାରତର ତୃତୀୟ ବ୍ୟାଟ୍ସମ୍ୟାନ ଭାବେ ଦ୍ରୁତ ୭ ହଜାର ରନ କରିଛନ୍ତି। ଏହି ମାମଲାରେ କୋହଲି ପାକିସ୍ତାନର ମହମ୍ମଦ ୟୁସୁଫଙ୍କୁ ପଛରେ ପକାଇଛନ୍ତି। ଏପରିକି କୋହଲି ବ୍ରାଡମ୍ୟାନଙ୍କ (୬୯୯୬) ରନକୁ ମଧ୍ୟ ଟପିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri