Posted inଖେଳ

କୋହଲିଙ୍କ ନାମରେ ଷ୍ଟାଣ୍ଡ

ନୂଆଦିଲ୍ଲୀ,୧୩।୯(ପି.ଟି.): ନୂଆ କରି ନାମିତ ହୋଇଥିବା ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଡିଡିସିଏ ଏକ ନୂଆ ପ୍ୟାଭିଲିୟନ ଷ୍ଟାଣ୍ଡ ଉନ୍ମୋଚନ କରିଥିଲା। ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମରେ ଏହାକୁ ନାମିତ କରାଯାଇଛି। କିଛି ଦିନ ତଳେ ମହେନ୍ଦ୍ର ସିଂ ଧୋନୀଙ୍କୁ ପଛରେ ପକାଇ କୋହଲି ସଫଳତମ ଟେଷ୍ଟ ଅଧିନାୟକର ମାନ୍ୟତା ପାଇଥିଲେ। ଏହି ଅବସରରେ ୧୯ ବର୍ଷରୁ କମ୍‌ ଖେଳାଳିରୁ କୋହଲି କିପରି ଭାରତୀୟ ଅଧିନାୟକ ହେଲେ ସେ ନେଇ ଏକ ଶର୍ଟ ଭିଡିଓ ଓ ଏକ ଆନିମେଶନ ଫିଲ୍ମ ପ୍ରଦର୍ଶିତ ହୋଇଥିଲା। କୋହଲିଙ୍କ ନାମରେ ଷ୍ଟାଣ୍ଡ ନାମିତ କରିବାକୁ ଜେଟଲୀ ଅନୁମତି ଦେଇଥିଲେ ବୋଲି ଡିଡିସିଏ ଅଧ୍ୟକ୍ଷ ରଜତ ଶର୍ମା କହିଛନ୍ତି। ବିଶ୍ୱ କ୍ରିକେଟରେ କୋହଲି ଜଣେ ଶ୍ରେଷ୍ଠ ଖେଳାଳି। ତେଣୁ ତାଙ୍କ ନାମରେ ଷ୍ଟାଣ୍ଡ ନାମିତ କରାଯିବାରେ କୌଣସି ଅସୁବିଧା ନାହିଁ ବୋଲି ଜେଟଲୀ କହିଥିବା କଥା ରଜତ ସୂଚନା ଦେଇଥିଲେ। ଜବାହରଲାଲ ନେହେରୁ ଷ୍ଟାଡିୟମର ଓ୍ବେଟ ଲିଫ୍ଟିଙ୍ଗ୍‌ ହଲ୍‌ରେ ଏହି ଉନ୍ମୋଚନ ଉତ୍ସବ ଆୟୋଜିତ ହୋଇଥିଲା। ଏହି ଅବସରରେ ଜେଟଲୀଙ୍କ ପରିବାରବର୍ଗଙ୍କ ସହ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରଣ ରିଜିଜୁ, ପୂର୍ବତନ କ୍ରୀଡ଼ାମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂ ରାଠୋର, ଦିଲ୍ଲୀ ଭାଜପା ମୁଖ୍ୟ ମନୋଜ ତିଓ୍ବାରୀ, ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବ ଓ ପୂର୍ବତନ ଭାରତୀୟ ଓପନର ଚେତନ ଚୌହାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri