Posted inଖେଳ

କୋହଲିଙ୍କ ନାମରେ ଷ୍ଟାଣ୍ଡ

ନୂଆଦିଲ୍ଲୀ,୧୩।୯(ପି.ଟି.): ନୂଆ କରି ନାମିତ ହୋଇଥିବା ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଡିଡିସିଏ ଏକ ନୂଆ ପ୍ୟାଭିଲିୟନ ଷ୍ଟାଣ୍ଡ ଉନ୍ମୋଚନ କରିଥିଲା। ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନାମରେ ଏହାକୁ ନାମିତ କରାଯାଇଛି। କିଛି ଦିନ ତଳେ ମହେନ୍ଦ୍ର ସିଂ ଧୋନୀଙ୍କୁ ପଛରେ ପକାଇ କୋହଲି ସଫଳତମ ଟେଷ୍ଟ ଅଧିନାୟକର ମାନ୍ୟତା ପାଇଥିଲେ। ଏହି ଅବସରରେ ୧୯ ବର୍ଷରୁ କମ୍‌ ଖେଳାଳିରୁ କୋହଲି କିପରି ଭାରତୀୟ ଅଧିନାୟକ ହେଲେ ସେ ନେଇ ଏକ ଶର୍ଟ ଭିଡିଓ ଓ ଏକ ଆନିମେଶନ ଫିଲ୍ମ ପ୍ରଦର୍ଶିତ ହୋଇଥିଲା। କୋହଲିଙ୍କ ନାମରେ ଷ୍ଟାଣ୍ଡ ନାମିତ କରିବାକୁ ଜେଟଲୀ ଅନୁମତି ଦେଇଥିଲେ ବୋଲି ଡିଡିସିଏ ଅଧ୍ୟକ୍ଷ ରଜତ ଶର୍ମା କହିଛନ୍ତି। ବିଶ୍ୱ କ୍ରିକେଟରେ କୋହଲି ଜଣେ ଶ୍ରେଷ୍ଠ ଖେଳାଳି। ତେଣୁ ତାଙ୍କ ନାମରେ ଷ୍ଟାଣ୍ଡ ନାମିତ କରାଯିବାରେ କୌଣସି ଅସୁବିଧା ନାହିଁ ବୋଲି ଜେଟଲୀ କହିଥିବା କଥା ରଜତ ସୂଚନା ଦେଇଥିଲେ। ଜବାହରଲାଲ ନେହେରୁ ଷ୍ଟାଡିୟମର ଓ୍ବେଟ ଲିଫ୍ଟିଙ୍ଗ୍‌ ହଲ୍‌ରେ ଏହି ଉନ୍ମୋଚନ ଉତ୍ସବ ଆୟୋଜିତ ହୋଇଥିଲା। ଏହି ଅବସରରେ ଜେଟଲୀଙ୍କ ପରିବାରବର୍ଗଙ୍କ ସହ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରଣ ରିଜିଜୁ, ପୂର୍ବତନ କ୍ରୀଡ଼ାମନ୍ତ୍ରୀ ରାଜ୍ୟବର୍ଦ୍ଧନ ସିଂ ରାଠୋର, ଦିଲ୍ଲୀ ଭାଜପା ମୁଖ୍ୟ ମନୋଜ ତିଓ୍ବାରୀ, ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବ ଓ ପୂର୍ବତନ ଭାରତୀୟ ଓପନର ଚେତନ ଚୌହାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?